ଡେଙ୍ଗୁ ଜର
ଏକ ମଶା ବାହିତ ଗ୍ରୀଷ୍ମ ମଣ୍ଡଳୀୟ ରୋଗ ଯାହା ଡେଙ୍ଗୁ ଭୁତାଣୁଦ୍ୱାରା ହୁଏ / From Wikipedia, the free encyclopedia
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ ।[1] ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । [2] ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ ।[1][2] ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ ।[1] ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । [2]
Dengue fever | |
---|---|
Dengue, breakbone fever[1][2] | |
ଉଚ୍ଚାରଣ |
|
ବିଭାଗ | Infectious disease |
ଲକ୍ଷଣ | Fever, headache, muscle and joint pain, rash[1][2] |
ଆକ୍ରାନ୍ତ ସମୟ | 3–14 days after exposure[2] |
ଅବଧି | 2–7 days[1] |
କାରଣ | Dengue virus by Aedes mosquitos[1] |
ରୋଗ ନିର୍ଣ୍ଣୟ ପଦ୍ଧତି | Detecting antibodies to the virus or its RNA[2] |
ସଠିକ ରୋଗ ନିର୍ଣ୍ଣୟ | Malaria, yellow fever, viral hepatitis, leptospirosis[3] |
ପ୍ରତିକାର | Dengue fever vaccine, decreasing mosquito exposure[1][4] |
ଚିକିତ୍ସା | Supportive care, intravenous fluids, blood transfusions[2] |
ପୁନଃପୌନିକ | 390 million per year |
ମୃତ୍ୟୁ ସାନ୍ଦ୍ରତା | ~40,000 |
ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ ।[1] ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି;[5] ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ ।[1] ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । [2]
ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି ।[6] ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ ।[1] ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ ।[2] ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । [1] ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । [2]
ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି ।[7][8] ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି ।[9][10][11][12] ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି ।[8] ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି ।[13] ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି ।[14] ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।[15]