ବ୍ରାଉଜର
ସଫ୍ଟୱେର ଆପ୍ଲିକେସନ / From Wikipedia, the free encyclopedia
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । [1] ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କଗୁଡ଼ିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ୱରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି । [2][3][4]