ଗୀତଗୋବିନ୍ଦ
କବି ଜୟଦେବଙ୍କ ଦ୍ବାରା ସଂସ୍କୃତ ଭାଷାରେ ରଚିତ ଶ୍ରୀକୃଷ୍ଣଙ୍କ ଭଜନର କାବ୍ୟମାନଙ୍କ ସମାହାର ଓ ଓଡ଼ିଶୀ ଅଷ୍ଟପଦୀ / From Wikipedia, the free encyclopedia
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି ।[1] ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।