ଶିବ
ହିନ୍ଦୁ ଦେବତା / From Wikipedia, the free encyclopedia
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।[2]ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ୱାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି।