ଓଡ଼ିଆ ସଙ୍ଗୀତଜ୍ଞ, ଗାୟକ From Wikipedia, the free encyclopedia
ଅକ୍ଷୟ ମହାନ୍ତି (ଖୋକା ଭାଇ ନାମରେ ମଧ୍ୟ ଜଣା, ୧୨ ଅକ୍ଟୋବର ୧୯୩୬ – ୧୭ ନଭେମ୍ବର ୨୦୦୨)[3] କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ,[4], ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ଅକ୍ଷୟ ମହାନ୍ତି | |
---|---|
ଜନ୍ମ | ଅକ୍ଷୟ କୁମାର ମହାନ୍ତି ୧୨ ଅକ୍ଟୋବର ୧୯୩୬ କଟକ, ଓଡ଼ିଶା |
ମୃତ୍ୟୁ | ୧୭ ନଭେମ୍ବର ୨୦୦୨ ୬୬) କଟକ | (ବୟସ
ଜାତୀୟତା | ଭାରତୀୟ |
ଅନ୍ୟ ନାମ | ଖୋକା ଭାଇ |
ଶିକ୍ଷା | ସ୍ନାତକ (ଗଣିତ, ଆଇନ)[1] |
ଶିକ୍ଷାନୁଷ୍ଠାନ | ଷ୍ଟୁଆର୍ଟ ବିଜ୍ଞାନ ମହାବିଦ୍ୟାଳୟ, ରେଭେନ୍ସା ମହାବିଦ୍ୟାଳୟ, ମଧୁସୂଦନ ଆଇନ ମହାବିଦ୍ୟାଳୟ |
ପ୍ରସିଦ୍ଧି | ଓଡ଼ିଆ ଗାୟକ ଓ ସଙ୍ଗୀତକାର |
ବୈବାହିକ-ସାଥୀ | ପ୍ରବୀଣା ମହାନ୍ତି |
ସନ୍ତାନ | ଚିତ୍ରଭାନୁ ମହାନ୍ତି |
ପିତାମାତା(s) | ବିଚିତ୍ରାନନ୍ଦ ମହାନ୍ତି ସୁବର୍ଣ୍ଣ ମଞ୍ଜରୀ ଦେବୀ |
ସମ୍ପର୍କୀୟ | ଦେବୀପ୍ରସନ୍ନ ପଟ୍ଟନାୟକ (ଭିଣୋଇ) ହେମନ୍ତ ଦାସ (ମାମୁ ପୁଅ ଭାଇ)[2] |
ଦସ୍ତଖତ | |
ଅକ୍ଷୟ ଆଗର କେନ୍ଦ୍ରାପଡ଼ା ଓ ଏବର କଟକ ଜିଲ୍ଲାର ବାଙ୍କିମୁଣ୍ଡେଇ ଗାଁରେ ବାପା ବିଚିତ୍ରାନନ୍ଦ ମହାନ୍ତି ଓ ମାଆ ସୁବର୍ଣ୍ଣ ମଞ୍ଜରି ଦେବୀଙ୍କଠାରୁ ଜନ୍ମଗ୍ରହଣ କରିଥିଲେ । ସେ ଷ୍ଟୁଆର୍ଟ ବିଜ୍ଞାନ ମହାବିଦ୍ୟାଳୟରୁ ଆଇ.ଏସ.ସି ଓ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ ପାସ କରିଥିଲେ । ମଧୁସୂଦନ ଆଇନ ମହାବିଦ୍ୟାଳୟରୁ, ସେ ଆଇନ ଶିକ୍ଷା ମଧ୍ୟ ଗ୍ରହଣ କରିଛନ୍ତି । କୌଣସି ପ୍ରକାରର ମାନକ ସଙ୍ଗୀତ ଶିକ୍ଷା ନେଇ ନଥିବା ଅକ୍ଷୟ, ମାତ୍ର ୨୨ ବର୍ଷ ବୟସରେ କଟକ ଆକାଶବାଣୀଠାରେ ସରକାରୀ ଚାକିରିରେ ଯୋଗ ଦେଇଥିଲେ, ହେଲେ ସାତ ବର୍ଷ ପରେ ଚାକିରି ଛାଡ଼ି ପୁରା ସମୟ ସଙ୍ଗୀତପାଇଁ ହିଁ ଦେଇଥିଲେ । ସେତେବେଳକୁ ସେ ଆକାଶବାଣୀ, କଟକର ଜଣେ ଗାୟକ ଭାବରେ କଳଗାଉଣା (ଗ୍ରାମୋଫୋନ) ଜରିଆରେ କଣ୍ଠଦାନ କରୁଥିଲେ ।[5]ଅକ୍ଷୟ,୧୯୬୭ରେ ପ୍ରବିଣା ମହାନ୍ତିଙ୍କୁ ବିବାହ କରିଥିଲେ । ତାଙ୍କର ଦୁଇ ଜଣ ପୁଅ ଓ ଦୁଇ ଝିଅ ଅଛନ୍ତି । ତିନୋଟି କଥାଚିତ୍ରରେ ସେ ଅଭିନୟ କରିଛନ୍ତି ଓ ଯାଯାବର କଥାଚିତ୍ରରେ ସହନିର୍ଦ୍ଦେଶନା ଦେଇଛନ୍ତି ।[6] ସେ ୧୮ରୁ ଅଧିକ ବହି ଲେଖିଛନ୍ତି ।
ବଡ଼ ଭଉଣୀ ସୁଲକ୍ଷଣା ପଟ୍ଟନାୟକଙ୍କଠାରୁ ପ୍ରଭାବିତ ଅକ୍ଷୟ, ୧୯୪୮ ମସିହାରେ ଅକ୍ଷୟ ଆକାଶବାଣୀର ପ୍ରତିଷ୍ଠା ଦିବସରେ ଜଣେ ଶିଶୁଶିଳ୍ପୀ ଭାବରେ ଅଂଶଗ୍ରହଣ କରିଥିଲେ । ଏହା ତାଙ୍କର ସଂଗୀତ କ୍ଷେତ୍ରରେ ପ୍ରଥମ ପ୍ରବେଶ । ୧୯୫୫ ମସିହାରୁ ସେ ଜଣେ ସ୍ୱୀକୃତିପ୍ରାପ୍ତ ବେତାର ଶିଳ୍ପୀ । ୧୯୫୭ ମସିହାରେ ଦିଲ୍ଲୀରେ ଅନୁଷ୍ଠିତ ଯୁବଉତ୍ସବ ତାଙ୍କ ପରିଚାଳିତ ସମବେତ ସଙ୍ଗୀତ ପ୍ରଥମ ସ୍ଥାନ ଅଧିକାର କରିଥିଲା । ଅକ୍ଷୟଙ୍କର ପ୍ରଥମ ଚଳଚ୍ଚିତ୍ର ଗୀତ ଥିଲା ପଚାଶ ଦଶକରେ ମୁକ୍ତିଲାଭ କରିଥିବା ଗାଇଆଳ ଭାଇ ଧରିଛି ଶୁଣ । ୧୯୫୯ର ମା କଥାଚିତ୍ରର ଗୋରି ଗୋରି ଗୋରି ଥିଲା ତାଙ୍କର ପ୍ରଥମ ପ୍ରଚ୍ଛଦ ଗୀତ । ସେ ମୋଟ ୧୨୯ ଗୋଟି କଥାଚିତ୍ରରେ କଣ୍ଠଦାନ କରିଛନ୍ତି ।
୧୯୬୫ରେ ନିର୍ଦ୍ଦେଶକ ନିତାଇ ପାଲିତଙ୍କ ମଲାଜହ୍ନ କଥାଚିତ୍ର ପାଇଁ ସେ ସଙ୍ଗୀତ ତିଆରି କରିଥିଲେ । "ରକତ ଟଳମଳ" ଗୀତଟି ସେହି କଥାଚିତ୍ରର ଏକ ଜଣାଶୁଣା ଗୀତ । ସେ ୭୫ଟି ଓଡ଼ିଆ କଥାଚିତ୍ରରେ ସେ ତିଆରି କରିଛନ୍ତି ସଙ୍ଗୀତ ଓ ୯୨ଟି କଥାଚିତ୍ରରେ ଗୀତିକାର ସାଜିଛନ୍ତି ।
ଓଡ଼ିଆ ସଙ୍ଗୀତରେ ସେ ଆଣିଛନ୍ତି ଅନେକ ପରଖ, ନୂଆ ନୂଆ ଶବ୍ଦ ଭେଳିକି ଯାହା ସେ କାଳରେ ଆଧୁନିକ ଯନ୍ତ୍ରର ଅଭାବରେ ହୋଇପାରୁନଥିଲା । ତାଙ୍କ ପରଖର ଲମ୍ବା ଧାଡ଼ି ଲମ୍ବିଥିଲା ଓଡ଼ିଆ ପୁରାଣ ଆଉ ପୁରୁଣା ସାହିତ୍ୟ ଯାଏଁ, "କାଞ୍ଚି ଅଭିଯାନ", "ରାଣ୍ଡୀପୁଅ ଅନନ୍ତା" ଆଉ "କୋଣାର୍କ ଗାଥା" ସେ ଭିତରୁ କିଛି । ଫକୀର ମୋହନ ସେନାପତିଙ୍କ "ପେଟେଣ୍ଟ ମେଡିସିନ"କୁ ନେଇ ସେ ତିଆରି କରିଥିବା ନାଟକ ଆକାଶବାଣୀର ଶ୍ରେଷ୍ଠ ନାଟକ ପୁରସ୍କାର ଜିଣିଥିଲା ।
ସାଲବେଗଙ୍କ ରଚନା 'କେଣେ ଘେନି ଯାଉଛ ଜଗନ୍ନାଥଙ୍କୁ' ଭିତରେ ସେ ଓଡ଼ିଆ ଭଜନରେ ନୂଆ ଧାରାଟିଏ ଆରମ୍ଭ କରିଥିଲେ । 'ସାତ ଦରିଆପାରେ'ର ଦେଶ ପାଇଁ କଥା, "ହେ ଫଗୁଣ ତୁମେ'ର ଉଦାସୀ ମନ ଆଉ 'ରାଜାଝିଅ ସାଙ୍ଗେ"ର ହାଲକା ଫୁଲକା ଭାବ; ଦୁଃଖଭରା 'ରକତ ଟଳମଳ' ଆଉ ଭାବୁକ 'ଚକୋରି ଝରାନା ଲୁହ' - ଏଇ ସବୁ ଗୀତ ଭିତରେ ଅକ୍ଷୟ ନିଜ ପାଇଁ ଗୋଟିଏ ନିଆରା ପରିଚୟ ତିଆରିକରି ଯାଇଛନ୍ତି ଓଡ଼ିଆ ପ୍ରାଣରେ ।
୭୫ଟି କଥାଚିତ୍ରରେ ସେ ତିଆରି କରିଛନ୍ତି ଗୀତ ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.