ହିନ୍ଦୁ ମନ୍ଦିର From Wikipedia, the free encyclopedia
ଅନନ୍ତ ବାସୁଦେବ ମନ୍ଦିର ଏକ ହିନ୍ଦୁ ବିଷ୍ଣୁ ମନ୍ଦିର ଯାହା ଭୁବନେଶ୍ୱରର ବିନ୍ଦୁସାଗର[1] ତୀରରେ ଅବସ୍ଥିତ ।[2] । ଗଙ୍ଗ ବଂଶର ରାଜା ତୃତୀୟ ଅନଙ୍ଗ ଭୀମଦେବଙ୍କ କନ୍ୟା ଚନ୍ଦ୍ରାବତୀ[3] ଏହି ମନ୍ଦିରଟିକୁ ୧୨୭୮ମସିହାରେ ତୋଳାଇଥିବାର ଜଣାଯାଏ ।[4] ଏଠାରେ କୃଷ୍ଣ, ବଳରାମ ଏବଂ ସୁଭଦ୍ରାଙ୍କ ପୂର୍ଣ୍ଣାବୟବ ପ୍ରତିମା ପୂଜା କରାଯାଉଅଛି । ଅନନ୍ତ ବା ବଳରାମଙ୍କର ଦଣ୍ଡାୟମାନ ସପ୍ତଫେଣାକୃତି ମୂର୍ତ୍ତି ଡାହାଣ ହାତରେ ହଳ ଓ ବାମ ହାତରେ ମୂଷଳ ଧରି ପୂଜା ପାଆନ୍ତି । ବାସୁଦେବ ବା କୃଷ୍ଣଙ୍କ ମୂର୍ତ୍ତିଙ୍କ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଉଛି ।[5] ସୁଭଦ୍ରାଙ୍କ ମୂର୍ତ୍ତି ବିକସିତ ପଦ୍ମ ଉପରେ ଦଣ୍ଡାୟମାନ । ପଶ୍ଚିମମୂଖି ଏହି ତିନି ମୂର୍ତ୍ତି ଏକ ବେଦି ଉପରେ ଦଣ୍ଡାୟମାନ ଭାବରେ ପୂଜିତ । ମନ୍ଦିରର ଦକ୍ଷିଣ ପଶ୍ଚିମ କୋଣରେ ମାତଙ୍ଗୀ ମହାଲକ୍ଷ୍ମୀଙ୍କ ପ୍ରତିମା ଓ ପାଷାଣ ସ୍ତମ୍ଭ ଭାବରେ ସୁଦର୍ଶନ ସ୍ଥାପିତ ଅଛନ୍ତି । ସିଂହଦ୍ୱାରରେ ସିଂହମୂର୍ତ୍ତି ରହିଛି । ପାର୍ଶ୍ୱଦେବତା ଭାବରେ ଦକ୍ଷିଣରେ ବରାହ ଓ ଉତ୍ତରରେ ବାମନ ପୂଜା ପାଉଛନ୍ତି । ଦ୍ୱାରପାଳ ଅଛନ୍ତି ଜୟ-ବିଜୟ । ମନ୍ଦିର ବେଢାରେ ପିଢ଼ଦେଉଳ, ଜଗମୋହନ, ନାଟମନ୍ଦିର ଓ ଭୋଗମଣ୍ଡପ ରହିଛି ।
ଅନନ୍ତ ବାସୁଦେବ ମନ୍ଦିର | ||||
---|---|---|---|---|
Religion | ||||
ଅନୁବନ୍ଧଗୁଡ଼ିକ | ହିନ୍ଦୁ ଧର୍ମ | |||
District | ଖୋର୍ଦ୍ଧା | |||
Location | ||||
Country | ଭାରତ |
ଏକାମ୍ର ପୂରାଣ, ଏକାମ୍ର ଚନ୍ଦ୍ରିକା, ସ୍ୱର୍ଣ୍ଣାଦି ମହୋଦୟ ଓ କପିଳ ସଂହିତାରେ ଏହି ମନ୍ଦିରର ଉଲ୍ଲେଖ ରହିଛି । [6]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.