ଅନ୍ତରାଷ୍ଟ୍ରୀୟ ଦିବସ From Wikipedia, the free encyclopedia
ଅନ୍ତର୍ଜାତୀୟ ମାତୃଭାଷା ଦିବସ ପ୍ରତିବର୍ଷ ଫେବୃଆରୀ ୨୧ ତାରିଖରେ ବିଶ୍ୱବ୍ୟାପୀ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଥାଏ । ଏହା ପ୍ରଥମେ ଇଉନେସ୍କୋଦ୍ୱାରା ୧୯୯୯ ମସିହା ନଭେମ୍ବର ୧୭ରେ ଆରମ୍ଭ ହୋଇଥିଲା । ଏହାର ପାଳନ ପ୍ରଥମେ ମିଳିତ ଜାତିସଂଘ ସାଧାରଣ ସଭାରେ ୨୦୦୮ ମସିହା ଅନ୍ତର୍ଜାତୀୟ ଭାଷା ବର୍ଷରେ ଗୃହୀତ ହୋଇଥିଲା ।[1]
ଅନ୍ତର୍ଜାତୀୟ ମାତୃଭାଷା ଦିବସ | |
---|---|
ନାମ | ଅନ୍ତର୍ଜାତୀୟ ମାତୃଭାଷା ଦିବସ |
ବିଶେଷତା | ଭାଷାଗତ ଓ ଚଳଣିଗତ ବିଭିନ୍ନତା ଓ ବହୁ-ଭାଷାର ପ୍ରଚାର |
ତାରିଖ | ୨୧ ଫେବୃଆରୀ |
ପୁନଃପୌନିକତା | ବାର୍ଷିକ |
ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୦୦୦ ମସିହା ଫେବୃଆରୀ ପରଠାରୁ ପ୍ରତିବର୍ଷ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଆସୁଛି । ଏହି ଦିବସଟି ୧୯୫୨ ମସିହାରେ ସେତେବେଳର ପାକିସ୍ତାନରେ ବଙ୍ଗଳା ଭାଷାକୁ ଦୁଇଟି ରାଷ୍ଟ୍ରୀୟ ଭାଷାର ମାନ୍ୟତା ଦାବୀ କରୁଥିବା ଢାକା ବିଶ୍ୱବିଦ୍ୟାଳୟ, ଜଗନ୍ନାଥ ବିଶ୍ୱବିଦ୍ୟାଳୟ, ଢାକା ମେଡ଼ିକାଲ କଲେଜର ଛାତ୍ରମାନଙ୍କ ଅଧୁନା ବଙ୍ଗଳାଦେଶର ରାଜଧାନୀ ଢାକାର ଉଚ୍ଚନ୍ୟାୟାଳୟ ନିକଟରେ ପୁଲିସ ଗୁଳିରେ ପ୍ରାଣ ହରାଇବାର ସ୍ମୃତିରେ ପାଳିତ ହୋଇଥାଏ ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.