![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/f/ff/Banana_and_cross_section.jpg/640px-Banana_and_cross_section.jpg&w=640&q=50)
କଦଳୀ
From Wikipedia, the free encyclopedia
କଦଳୀ ହେଉଛି ଏକ ଲମ୍ବାଳିଆ ଖଦ୍ଯୋପଯୋଗୀ ଫଳ, ଉଦ୍ଭିଦବିଜ୍ଞାନ ଅନୁସାରେ ଏକ କୋଳି ।[1][2] ଏଗୁଡିକ ମୁସା ପ୍ରଜାତିର ବଡ଼ବଡ଼ ଗୁଳ୍ମଜାତୀୟ ଉଦ୍ଭିଦମାନଙ୍କର ଫଳ ।[3] ଫଳଟି ବିଭିନ୍ନ ରଙ୍ଗ ଏବଂ ଆକାରର କିନ୍ତୁ ସାଧାରଣତଃ ଲମ୍ବା, ବଙ୍କା ଏବଂ ଶର୍କରାରେ ପୂର୍ଣ୍ଣ ମାଂସ ଯୁକ୍ତ ହୋଇଥାଏ, ଯାହା ଏକ ସବୁଜ କିମ୍ବା ହଳଦିଆ ଚୋପାଦ୍ୱାରା ଘୋଡାଇ ହୋଇ ରହିଥାଏ । କଦଳୀ, ଗଛର ଉପରପଟୁ ଏକତ୍ର ଫଳିଥାଏ । ବର୍ତ୍ତମାନର ପ୍ରାୟ ସମସ୍ତ ମଞ୍ଜି-ବିହୀନ କଦଳୀ ଦୁଇଟି ବନ୍ଯ ପ୍ରଜାତିଠାରୁ ଆସିଥାଏ - ମୁସା ଆକୁମିନାଟା, ଏବଂ ମୁସା ବାଲ୍ୱିସିଆନା।
Quick Facts କଦଳୀ, ଜନ୍ମ ...
Close
Quick Facts କଦଳୀ, ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ ...
କଦଳୀ | |
---|---|
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ ![]() | |
ସାମ୍ରାଜ୍ୟ: | ଉଦ୍ଭିଦ ସାମ୍ରାଜ୍ୟ |
ଗୋଷ୍ଠୀ: | ଟ୍ରାକିଓଫାଇଟା |
ଗୋଷ୍ଠୀ: | ସ୍ପର୍ମାଟୋଫାଇଟା |
ଗୋଷ୍ଠୀ: | ଆବୃତବୀଜୀ |
ଗୋଷ୍ଠୀ: | ଏକବୀଜପତ୍ରୀ |
ଗୋଷ୍ଠୀ: | କମେଲିନିଡ |
ବଂଶ: | ମୁସାସି |
ପ୍ରଜାତି: | ମୁସା(ପ୍ରଜାତି) |
Close
ମୁସା ଜାତିଗୁଡ଼ିକ ଇଣ୍ଡୋମଳୟ ଏବଂ ଅଷ୍ଟ୍ରେଲାସିଆରେ ଉତ୍ପନ୍ନ ହୋଇଥିଲେ । ଏଗୁଡ଼ିକ ପ୍ରଥମେ ନ୍ଯୁ ଗ୍ୱିନିରେ ଚାଷ କରାଯାଇଥିଲା ବୋଲି ବିଶ୍ୱାସ କରାଯାଏ ।[4][5]