![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/3/39/Lambda_lc.svg/langor-640px-Lambda_lc.svg.png&w=640&q=50)
କମ୍ପ୍ୟୁଟର ବିଜ୍ଞାନ
From Wikipedia, the free encyclopedia
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡ଼ିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀମାନେ କମ୍ପ୍ୟୁଟର ସହିତ ଜଡ଼ିତ ଥିବା ତତ୍ତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । [1] ଏହାର ବ୍ୟବହାର ଓ ସିଦ୍ଧାନ୍ତଗୁଡ଼ିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।