![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/d/d9/Mercury_in_color_-_Prockter07-edit1.jpg/640px-Mercury_in_color_-_Prockter07-edit1.jpg&w=640&q=50)
ଗ୍ରହ
ମହାକାଶରେ ନକ୍ଷତ୍ର ଚତୁର୍ଦିଗରେ ଘୁରୁଥିବା ପିଣ୍ଡ / From Wikipedia, the free encyclopedia
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।[1][2]
| ||||
ସୌର ମଣ୍ଡଳର ୮ଟି ଜ୍ଞାତ ଗ୍ରହ:
|
"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।