![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/0/01/Danda_Nata.jpg/640px-Danda_Nata.jpg&w=640&q=50)
ଦଣ୍ଡ ନାଟ
ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ / From Wikipedia, the free encyclopedia
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ବୈଦିକ ଯୁଗରେ ଲୋକ ନାଟକର ଉବ୍ଦଭ ହୋଇଥିଲେ ମଧ୍ୟ ଏବେ ଏଗୁଡିକ ଲୋକ ସମାଜରେ ମୁମୂର୍ଷ ଅବସ୍ଥାରେ କେବଳ ବଞ୍ଚିରହିଛନ୍ତି । ଏଗୁଡିକର ପୁନରାଉଦ୍ଧାର ପାଇଁ ଏବେ ଅବଶ୍ୟ ସମଗ୍ର ବିଶ୍ୱ ଚଳଚଞ୍ଚଳ ହୋଇପଡ଼ିଛି । ସମଗ୍ର ବିଶ୍ୱରେ ବିଭିନ୍ନ ପ୍ରକାର ଲୋକନାଟକ ପ୍ରଚଳିତ । ଚୀନ,ଆମେରିକା,ଲୋହିତ ଭାରତୀୟ ,ଆଫ୍ରିକାର ଆଦିବାସୀ,ୟୁରୋପର ଅନୁନ୍ନତ ଅଞ୍ଚଳ ତଥା ଭାରତର ବିଭିନ୍ନ ପ୍ରଦେଶରେ ଭଳି ଭଳି ଲୋକନାଟ୍ୟର ପ୍ରଚଳନ ଦେଖିବାକୁ ମିଳେ । ସେହିଭଳି ଓଡ଼ିଶାରେ ମଧ୍ୟ ବିଭିନ୍ନ ଲୋକନାଟକ ମଧ୍ୟରୁ ଦଣ୍ଡନାଟ ଏକ ପ୍ରଭାବଶାଳୀ ଶାଖା ।
ଦଣ୍ଡ ନାଟ | |
---|---|
![]() ଦଣ୍ଡନାଟର ଚଢ଼େଇୟା ବେଶ | |
ଅନ୍ୟ ନାମ | ଦଣ୍ଡ ନାଟ |
ପାଳନକାରୀ | ଓଡ଼ିଆ ଲୋକ |
ପ୍ରକାର | Hindu |
ପାଳନ | ପୂଜା, ଉପବାସ |
ଶେଷ | ମେରୁ ସଂକ୍ରାନ୍ତି |
ତାରିଖ | ୧୪ ଅପ୍ରେଲ |
![Thumb image](http://upload.wikimedia.org/wikipedia/commons/thumb/4/49/Kaliposter1940s.jpg/320px-Kaliposter1940s.jpg)