ନଅଙ୍କ ଦୁର୍ଭିକ୍ଷ
From Wikipedia, the free encyclopedia
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା [1] । କେବଳ ଓଡ଼ିଶାର ଲୋକସଂଖ୍ୟାର ଏକ ତୃତୀୟାଂଶ ଲୋକ (ଏକ ନିୟୁତ) ଏହାର ଶିକାର ହୋଇଥିଲେ ।