ଓଡ଼ିଶାର ପାରମ୍ପରିକ ଚିତ୍ରକଳା From Wikipedia, the free encyclopedia
ପଟ୍ଟଚିତ୍ର ଓଡ଼ିଶାର ଏକ ପାରମ୍ପାରିକ ଚିତ୍ରକଳା । ଏହା ପ୍ରଧାନତଃ ଜଗନ୍ନାଥ ତଥା ହରି ଓ ରାଧାଙ୍କ ପ୍ରେମକଥାର ବର୍ଣ୍ଣନାକୁନେଇ ଅଙ୍କାଯାଇଥାଏ । ପଟ୍ଟଚିତ୍ରସବୁ ଜଗନ୍ନାଥ ସଂସ୍କୃତିକୁ ନେଇ ସୃଷ୍ଟି ହୋଇଛି । ଏହା ଓଡ଼ିଆ ଚିତ୍ରକରମାନଙ୍କ ଦେଇ ନାନାଦି ପ୍ରାକୃତିକ ରଙ୍ଗର ବ୍ୟବହାର କରି ପଟ୍ଟ ବା ମଣ୍ଡଦିଆ କନା ଉପରେ ଅଙ୍କାଯାଇଥାଏ । ଏହା ଓଡ଼ିଶାର ଏକ ମୁଖ୍ୟ ଓ ବହୁ ପୁରାତନ କଳା । ପଟ୍ଟ ଶବ୍ଦର ଅର୍ଥ କନା, ଏକ ବିଶେଷ କନା ଉପରେ ଅଙ୍କିତ ଏହି ବିଶେଷ ଧରଣର ଚିତ୍ରକୁ ପଟ୍ଟଚିତ୍ର କୁହାଯାଇଥାଏ । ଏଥିରେ ନାନା ପ୍ରକାରର ଆଧ୍ୟାତ୍ମିକ ଛବି ଅଙ୍କାଯାଇଥାଏ ।[1] ପଟ୍ଟଚିତ୍ରର ଇତିହାସ ହଜାରେ ବର୍ଷରୁ ଅଧିକ ।
ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀ ପୂର୍ବରୁ କଳିଙ୍ଗ (ବର୍ତ୍ତମାନର ଓଡ଼ିଶା)ର ଚିତ୍ରଶିଳ୍ପୀମାନେ ତାଳପତ୍ର ସହିତ, ରାଜପ୍ରସାଦର ମନ୍ଦିର, ମଠ କାନ୍ଥ ଇତ୍ୟାଦିରେ "ଭିତ୍ତି" ଚିତ୍ର ଖୋଦିତ ଅଥବା ଚିତ୍ର କରୁଥିଲେ। ସମ୍ଭବତ ଏହି ଚିତ୍ରଗୁଡ଼ିକ କାନ୍ଥବାଡ଼ରେ କରାଯାଉଥିବାରୁ ଏହାକୁ "ଭିତ୍ତି" ଚିତ୍ର କୁହାଯାଉଥିଲା । ୫ମ ଶତକର ପୁରୀ, କୋଣାର୍କ ଓ ଭୁବନେଶ୍ୱରର କାନ୍ଥରେ ଅଙ୍କା ଛବିସବୁରୁ ପଟ୍ଟଚିତ୍ରର ଜନ୍ମ । ପୁରୀର ରଘୁରାଜପୁରଠାରେ ଏହି କଳାର ପୁରୁଷ ପୁରୁଷ ଧରି ଅଭୂତପୂର୍ବ ବିକାଶ ଘଟିଛି ଯାହା ଏହି ଗାଆଁକୁ ଶିଳ୍ପୀଗ୍ରାମର ମାନ୍ୟତା ଦେଇଛି ।
ପଟ୍ଟଚିତ୍ର ଦୁଇ ଭାଗରେ ବିଭକ୍ତ
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.