ପରିବାର ନିୟୋଜନ
ଜନ୍ମ ନିରୋଧ ଓ ଅନ୍ୟାନ୍ୟ ଉପକରଣ ସାହାଯ୍ୟରେ ସନ୍ତାନ ଜନ୍ମ ନିୟନ୍ତ୍ରଣ / From Wikipedia, the free encyclopedia
ପରିବାର ନିୟୋଜନ (ଇଂରାଜୀ ଭାଷାରେ Family planning) ସଂଜ୍ଞା:- "ବ୍ୟାପକ ଶିକ୍ଷା, ଡାକ୍ତରୀ ବା ସାମାଜିକ କାର୍ଯ୍ୟକଳାପ ସାହାଯ୍ୟରେ ନାବାଳକ ସହିତ ବ୍ୟକ୍ତିମାନଙ୍କୁ ତାଙ୍କର ସନ୍ତାନ ସଂଖ୍ୟା ଓ ସେମାନଙ୍କ ମଧ୍ୟରେ ଅନ୍ତର ଓ ମାଧ୍ୟମ ବାଛିବା କ୍ଷମତାକୁ ପରିବାର ନିୟୋଜନ କୁହାଯାଏ ।" [1] ଏହା ସହିତ ମହିଳାମାନଙ୍କର ଜନ୍ମ କରିବା ପିଲା ସଂଖ୍ୟା, ପିଲା ଜନ୍ମ କରିବାର ବୟସ, ଆଦୌ ପିଲା ଜନ୍ମ ନକରିବା ମଧ୍ୟ ପରିବାର ନିୟୋଜନ ମଧ୍ୟରେ ଆସେ । ବିବାହ ପରିସ୍ଥିତି, ପେଷାଗତ ବିଚାର, ଅର୍ଥନୈତିକ ସ୍ଥିତି ଓ ପଙ୍ଗୁତ୍ୱ ଭଳି ବାହ୍ୟ କାରକମାନ ଶିଶୁ ଜନ୍ମ ଓ ଲାଳନ ପାଳନ କରିବା ଦାୟୀତ୍ୱକୁ ଏହା ପ୍ରଭାବିତ କରେ । ଯୌନ ସକ୍ରିୟ ଥିଲେ ଜନ୍ମ ନିୟନ୍ତ୍ରଣ କରିବା ଉପାୟ ଓ ପ୍ରଜନନ (reproduction) ସମୟ ଓ ଜନ୍ମ ନିୟନ୍ତ୍ରଣ ଉପାୟମାନ ବିଚାର କରିବାକୁ ମଧ୍ୟ ପରିବାର ନିୟୋଜନ କୁହାଯାଏ ।[2][3]
ଅନ୍ୟ ଦିଗରେ ପରିବାର ନିୟଜନ ମଧ୍ୟରେ ଯୌନ ଶିକ୍ଷା (sex education),[3][1] ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହର ଚିକିତ୍ସା ଓ ପ୍ରତିଷେଧ,[3] ପ୍ରାକ୍-ଗର୍ଭାଧାନ ପରାମର୍ଶ (pre-conception counseling)[3] ଗର୍ଭାବସ୍ଥା ଉପଚାର ଓ ବନ୍ଧ୍ୟା ଚିକିତ୍ସା (infertility) ପ୍ରତି ମଧ୍ୟ ଧ୍ୟାନ ଦିଆଯାଏ । [2] କେବଳ ଗର୍ଭଧାରଣ ସେବାରେ ପରିବାର ନିୟୋଜନକୁ ସଂଲଗ୍ନ କରାଯେ ଗର୍ଭପାତକୁ ନୁହେଁ । [4] କିନ୍ତୁ ଜନ୍ମ ନିରୋଧ ଓ ପରିବାର ନିୟୋଜନ କଲେ ଗର୍ଭପାତ ସଙ୍କଟ କମିଯାଏ ।[5]
ପରିବାର ନିୟୋଜନକୁ ବେଳେ ବେଳେ ଭୁଲରେ ଗର୍ଭନିରୋଧ (contraception) ଅର୍ଥରେ ବ୍ୟବହାର କରାଯାଏ । ଗର୍ଭନିରୋଧ ସହିତ ତାହାର ଉପାୟ ଓ ଅଭ୍ୟାସ ନିୟୋଜନ ମଧ୍ୟରେ ଯାଏ । ଅଧିକନ୍ତୁ ଅନେକ ଗର୍ଭନିରୋଧ କରିବାକୁ ଇଚ୍ଛା କରନ୍ତି, ନିୟୋଜନ ନୁହେଁ ଓ ଏହି ଦଳରେ ଅବିବାହିତ ଯୁବକ ଯୁବତୀ, ଯୁବାବସ୍ଥାର ବିବାହିତ ଯୋଡ଼ି, ପେଷା ପ୍ରତି ଧ୍ୟାନ ଦେବାକୁ ଗର୍ଭାଧାନ ବିଳମ୍ବିତ କରିବା ଲୋକ ଅଛନ୍ତି; ଏହି ଦିଗରେ ଅନେକ କାମ କରାଯାଇଛି । ଅଧୁନା ମହିଳା ଓ ତାହାର ଶିଶୁ ଗର୍ଭଧାରଣ ନିର୍ଣ୍ଣୟ ବିଷୟକୁ ପରିବାର ନିୟୋଜନ ପରିପ୍ରେକ୍ଷୀରେ ନିଆଯାଉଛି ଓ ପୃଥିବୀର ଅନେକ ଦେଶମାନଙ୍କରେ ପ୍ରଜନନ ସ୍ୱଇଚ୍ଛାକୁ ଅଗ୍ରାଧିକାର ଦିଆଯାଉଛି । ସାଧାରଣତଃ ପରିବାର ନିୟୋଜନରେ ଦମ୍ପତ୍ତିଙ୍କର ସୀମିତ ଶିଶୁ ସଂଖ୍ୟା ଓ ଗର୍ଭାଧାନର ସମୟ ନିୟନ୍ତ୍ରଣ କରିବା ପ୍ରଥାକୁ ଜନ୍ମ ଅନ୍ତର ବା ଶିଶୁ ଅନ୍ତର (spacing children) କୁହାଯାଉଛି ।