ପାର୍ବତୀ ଗିରି
ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ / From Wikipedia, the free encyclopedia
ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫)[1] ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧୀନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମ ଗ୍ରହଣ କରିଥିଲେ।