ପୁରୀ
ଓଡିଶାର ଏକ ସହର / From Wikipedia, the free encyclopedia
[[Category:Lua error in package.lua at line 80: module 'Module:Pagetype/setindex' not found. with short description]]
ପୁରୀ | |
---|---|
ସହର | |
ଦେଶ | ଭାରତ |
ରାଜ୍ୟ | ଓଡ଼ିଶା |
ଜିଲ୍ଲା | ପୁରୀ |
Government | |
• Body | ପୁରୀ ପୌରପାଳିକା |
Area | |
• ସମୁଦାୟ | 16.3268 km2 (6.3038 sq mi) |
Elevation | 0 m (0 ft) |
Population (2011) | |
• Total | ୨,୦୧,୦୨୬ |
• Density | 12,000/km2 (32,000/sq mi) |
ଭାଷା | |
• ସରକାରୀ | ଓଡ଼ିଆ |
Time zone | UTC+୫:୩୦ (ଭାରତୀୟ ମାନକ ସମୟ) |
ପିନ ନମ୍ବର | ୭୫୨ ୦୦x |
ଟେଲିଫୋନ କୋଡ଼ | ୦୬୭୫୨ |
ଯାନବାହାନ ପଞ୍ଚୀକରଣ | OD-13 |
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ।
ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି ।
ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .[1]