ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ପ୍ରତାପ ଜେନା (ଜନ୍ମ: ୩ ଜୁନ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିର ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପ୍ରତାପ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କିଷାନନଗର ଓ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
ପ୍ରତାପ ଜେନା | |
---|---|
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୨୪ | |
ପୂର୍ବ ଅଧିକାରୀ | ବିକ୍ରମ କେଶରୀ ବର୍ମା |
ପର ଅଧିକାରୀ | ସାରଦା ପ୍ରସାଦ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ମାହାଙ୍ଗା |
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ପୂର୍ବ ଅଧିକାରୀ | ଯୁଧିଷ୍ଠିର ଦାସ |
ନିର୍ବାଚନ ମଣ୍ଡଳୀ | କିଷାନନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ଜୁନ ୧୯୬୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଡେଜି ଜେନା |
ବାପା/ବୋଉ | ଦୁଶାସନ ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପ୍ରତାପ ଜେନା ୧୯୬୬ ମସିହାର ଜୁନ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦୁଶାସନ ଜେନା ଓ ପତ୍ନୀଙ୍କ ନାମ ଡେଜି ଜେନା ।[1] ପ୍ରତାପଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ସେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଓକିଲାତି ପଢ଼ିଥିଲେ ।[1]
ପ୍ରତାପ ଜେନା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ।[1]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.