ବଉଳ ଅମାବାସ୍ୟା
From Wikipedia, the free encyclopedia
ପୌଷମାସ ଅମାବାସ୍ୟା ଦିନଟି ବଉଳ ଅମାବାସ୍ୟା ଭାବେ ପାରମ୍ପରିକ ରୀତିରେ ଓଡ଼ିଶାର ଘରେ ଘରେ ଏକ ସାମାଜିକ ଉତ୍ସବ ରୂପେ ପାଳିତ ହୋଇଥାଏ ।[1] ସାଧାରଣତଃ ଏହି ସମୟରେ ଆମ୍ବ ଓ ପଣସ ଗଛଗୁଡ଼ିକରେ ବଉଳ ବା ଫଳକଷି ଧରେ । ଲୋକମାନଙ୍କ ମନରେ ବିଶ୍ୱାସ ଯେ ବଉଳ ଅମାବାସ୍ୟା ଦିନ ବିଧି ଅନୁସାରେ ଗଛମାନଙ୍କର ପୂଜା କଲେ, ଗଛରେ ବହୁତ ଫଳ ହୁଏ ।[2]