ଭୂମିକା ଦାଶ
ଓଡ଼ିଆ କଥାଚିତ୍ର ଅଭିନେତ୍ରୀ / From Wikipedia, the free encyclopedia
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ ।[1][2] ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।[3]