ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ମିନାକ୍ଷୀ ମହନ୍ତ (ଜନ୍ମ: ୨୬ ନଭେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ମିନାକ୍ଷୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
ମିନାକ୍ଷୀ ମହନ୍ତ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ସନାତନ ମହାକୁଡ଼ |
ନିର୍ବାଚନ ମଣ୍ଡଳୀ | ଚମ୍ପୁଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୬ ନଭେମ୍ବର ୧୯୮୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ତ୍ରିଲୋଚନ କାନୁନଗୋ |
ବାପା/ବୋଉ | ସୁଶୀଲ କୁମାର ମହନ୍ତ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମିନାକ୍ଷୀ ମହନ୍ତ ୧୯୮୩ ମସିହାର ନଭେମ୍ବର ମାସ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁଶୀଲ କୁମାର ମହନ୍ତ ଏବଂ ପତିଙ୍କ ନାମ ଭକ୍ତବନ୍ଧୁ ମହନ୍ତ ।[1] ମିନାକ୍ଷୀଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ଇଣ୍ଟରମିଡିଅଟ୍ ।[1]
ମିନାକ୍ଷୀ ମହନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[1]
୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମିନାକ୍ଷୀ ମହନ୍ତ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.