ଯଶୋଧାରା ମିଶ୍ର
ଇଂରାଜୀ ପ୍ରଫେସର ଓ ଓଡ଼ିଆ ଲେଖକ / From Wikipedia, the free encyclopedia
ଯଶୋଧାରା ମିଶ୍ର (ଜନ୍ମ ୬ ଜାନୁଆରୀ ୧୯୫୧)[1] ଓଡ଼ିଶାରେ ଜନ୍ମିତ ଜଣେ ଇଂରାଜୀ ପ୍ରଫେସର, ଔପନ୍ୟାସିକ, କ୍ଷୁଦ୍ରଗଳ୍ପ ଲେଖକ, କବି, ଗାଳ୍ପିକ ଏବଂ ଅନୁବାଦକ । ସେ ଓଡ଼ିଆ ବ୍ୟତୀତ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ମଧ୍ୟ ଲେଖିଥାନ୍ତି । ତାଙ୍କ ଗଳ୍ପ ଗୁଡ଼ିକ ଅନ୍ୟ ଭାରତୀୟ ଭାଷାରେ ଅନୁବାଦ କରାଯାଇ ପତ୍ରିକା ଗୁଡ଼ିକରେ ପ୍ରକାଶିତ ହୋଇଛି । ତାଙ୍କର ଲେଖାଗୁଡ଼ିକ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମରେ ଦେଖିବାକୁ ମିଳେ । ୨୦୦୭ରେ ତାଙ୍କର ଗଳ୍ପ 'ବର' ଦୂରଦର୍ଶନଦ୍ୱାରା ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ବଛା ହୋଇଥିଲା ।[2] କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଖପାତ୍ର "ଦି ଇଣ୍ଡିଆନ ଲିଟରେଚର"ର ସମ୍ପାଦକ ଭାବରେ ସେ କାର୍ଯ୍ୟ କରିଥିଲେ ।
Quick Facts ଯଶୋଧାରା ମିଶ୍ର, ଜନ୍ମ ଓ ଜନ୍ମସ୍ଥାନ ...
ଯଶୋଧାରା ମିଶ୍ର | |
---|---|
ଦିଲ୍ଲୀରେ ଏକ ସଭାରେ ଯଶୋଧାରା ମିଶ୍ର । | |
ଜନ୍ମ ଓ ଜନ୍ମସ୍ଥାନ | (1951-01-06) ୬ ଜାନୁଆରୀ ୧୯୫୧ (ବୟସ ୭୩) ପଟ୍ଟନାୟକପଡ଼ା, ସମ୍ବଲପୁର |
ବୃତ୍ତି | ଗାଳ୍ପିକ, ଔପନ୍ୟାସିକ |
ଭାଷା | ଓଡ଼ିଆ |
ଜାତୀୟତା | ଭାରତୀୟ |
ଶିକ୍ଷାନୁଷ୍ଠାନ | ରେଭେନ୍ସା ମହାବିଦ୍ୟାଳୟ, ଉତ୍କଳ ବିଶ୍ୱବିଦ୍ୟାଳୟ |
ସାହିତ୍ୟ କୃତି | ବର, ଜନହାରତି |
ପୁରସ୍କାର | ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର |
Close