ରିସୋତ୍ତୋ
From Wikipedia, the free encyclopedia
ରିସୋତ୍ତୋ ବା ରିଜୋତ୍ତୋ (ଈଂରାଜୀରେ Risotto) ଉତ୍ତର ଇଟାଲୀରେ ପ୍ରସ୍ତୁତ ହେଉଥିବା ଏକ ପ୍ରକାରର ଭାତ ପରି ଖାଦ୍ୟ । ଦେଖିବାକୁ ଏହା ଅଳ୍ପ ପାଣିଆ ବା ବହଳିଆ ଜାଉ ପରି । ମାଂସ, ପନିପରିବା କିମ୍ବା ମାଛ ଇତ୍ୟାଦିକୁ ପାଣିରେ ସିଝାଇ ସେହି ପାଣିକୁ ଏହାର ପ୍ରସ୍ତୁତିରେ ଷ୍ଟକ୍ ବା ବ୍ରଥ୍ ରୂପେ ବ୍ୟବହାର କରାଯାଏ । ରିସୋତ୍ତୋରେ ଲହୁଣୀ (ମାଖନ), ୱାଇନ୍, ପିଆଜ ମଧ୍ୟ ବ୍ୟବହାର କରାଯାଇପାରେ । ଇଟାଲୀରେ ଭାତ ସାଧାରଣତଃ ରିସୋତ୍ତୋ ଆକାରରେ ହିଁ ପ୍ରସ୍ତୁତ ହୁଏ । ରିସୋତ୍ତୋରେ ବାସ୍ନା ଓ ରଙ୍ଗ ପାଇଁ କେଶର ମଧ୍ୟ ବ୍ୟବହାର କରାଯାଉଥିଲା ।[1] [2]
Quick Facts ପରଷା, ମୂଳ ସ୍ଥାନ ...
ପରଷା | ପ୍ରାକ୍-ଖାଦ୍ୟ (Primo) |
---|---|
ମୂଳ ସ୍ଥାନ | ଲୋମ୍ବାର୍ଡି, ଇଟାଲୀ |
ପରଷିବା ଉତ୍ତାପ | ଗରମ |
ମୁଖ୍ୟ ଉପାଦାନ | ଚାଉଳ, ସନ୍ତୁଳା ପାଣି ବା ଷ୍ଟକ୍, ଲହୁଣୀ ବା ଅଲିଭ୍ ତେଲ, ପିଆଜ |
|
Close
ଇଟାଲୀୟମାନେ ଖାଇବା ବେଳେ ମୁଖ୍ୟ ଖାଦ୍ୟ ପୂର୍ବରୁ ରିସୋତ୍ତୋକୁ ପ୍ରାରମ୍ଭିକ ଖାଦ୍ୟ (primo ବା first course) ଭାବେ ଉପଭୋଗ କରନ୍ତି । ରିସୋତ୍ତୋ ସରିବା ପରେ ମୁଖ୍ୟ ଖାଦ୍ୟ ଆରମ୍ଭ ହୁଏ । କିନ୍ତୁ ରିସୋତ୍ତୋ ଆଲା ମିଲାନିଜ୍ ଓ ଓସୋବୁକୋ ଆଲା ମିଲାନିଜ୍ ଏକା ସହିତ ଖିଆଯାଏ । [3]