![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/8/87/Operating_system_placement_%2528software%2529.svg/langor-640px-Operating_system_placement_%2528software%2529.svg.png&w=640&q=50)
ସଫ୍ଟୱେର
From Wikipedia, the free encyclopedia
କମ୍ପ୍ୟୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।[1]
![Thumb image](http://upload.wikimedia.org/wikipedia/commons/thumb/8/87/Operating_system_placement_%28software%29.svg/220px-Operating_system_placement_%28software%29.svg.png)
ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।