ସମୁଦ୍ର
ବିଶାଳ ଲୁଣିପାଣି ଧାରଣକାରୀ । / From Wikipedia, the free encyclopedia
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର । [1]
ବର୍ତ୍ତମାନର ସମୟରେ, ପୃଥିବୀର ଉପର ଅଧା ଅଂଶ ପ୍ରାୟ ସମାନ ଭାବରେ ସ୍ଥଳ ଭାଗ ଏବଂ ଜଳ ଭାଗ ମଧ୍ୟରେ ବିଭକ୍ତ ହୋଇ ରହି ଅଛି (୨:୩ ଅନୁପାତ) । କିନ୍ତୁ ଦକ୍ଷିଣରେ ଥିବା ଅଧା ଅଂଶ ସମୁଦ୍ରରେ ପୂର୍ଣ୍ଣ ହୋଇରହିଛି ।
ମଣିଷ ଜୀବନରେ ସମୁଦ୍ରର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ । ବାଣିଜ୍ୟ, ଯାତାୟତ, ସାମୁଦ୍ରିକ ଶକ୍ତି ଇତ୍ୟାଦିରେ ସମୁଦ୍ରର ଭୂମିକା ବହୁତ ଗୁରୁତ୍ୱ ପୂର୍ଣ୍ଣ ।