ସୌର ଜଗତ
ସୁର୍ଯ୍ୟ ସହିତ ୮ଟି ଗ୍ରହ ମିଶି ସୌର ମଣ୍ଡଳ ଗଠନ ହୁଏ / From Wikipedia, the free encyclopedia
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।