ସ୍ୱାମୀ ବିବେକାନନ୍ଦ
ରୁଦର ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ / From Wikipedia, the free encyclopedia
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
'ସ୍ୱାମୀ ବିବେକାନନ୍ଦ | |
---|---|
ଜନ୍ମ ତାରିଖ | (1863-01-12)୧୨ ଜାନୁଆରୀ ୧୮୬୩ |
ଜନ୍ମସ୍ଥାନ | କଲିକତା |
ଜନ୍ମ ନାମ | ନରେନ୍ଦ୍ର ନାଥ ଦତ୍ତ |
ତିରୋଧାନ | ୪ ଜୁଲାଇ ୧୯୦୨(1902-07-04) (ବୟସ ୩୯) |
ତିରୋଧାନ ସ୍ଥାନ | ବେଲୁଡ଼ ମଠ, କଲିକତା, ଭାରତ |
ଦର୍ଶନ | ବେଦାନ୍ତ |
ଖ୍ୟାତ | ହିନ୍ଦୁ ଧର୍ମଗୁରୁ, ବେଦାନ୍ତ ପ୍ରଚାର |
ରଚନାବଳୀ | ରାଜ ଯୋଗ, କର୍ମ ଯୋଗ, ଭକ୍ତି ଯୋଗ, ଓ ଜ୍ଞାନ ଯୋଗ |
ବାଣୀ | ବହୁରୁପେ ସମ୍ମୁଖେ ତୁମର, ଛାଡ଼ି କାହିଁ ଖୋଜୁଛ ଈଶ୍ୱର ? ଜୀବେ ପ୍ରେମ କରେ ଯେଉଁ ଜନ, ସେଇ ମାତ୍ର ସେବଇ ଈଶ୍ୱର ।[1] |