ଯକୃତର ପ୍ରଦାହ From Wikipedia, the free encyclopedia
ହେପାଟାଇଟିସ (ଇଂରାଜୀରେ Hepatitis) ଏକ ରୋଗ ଗୋଷ୍ଠୀ ଯେଉଁଥିରେ ଯକୃତର ପ୍ରଦାହ (inflammation) ହୁଏ ।[3] କେତେକ ଲୋକଙ୍କର କୌଣସି ଲକ୍ଷଣ ନ ଥାଏ ଓ ଅନ୍ୟ ପକ୍ଷରେ ଅନ୍ୟମାନଙ୍କର କାମଳ, ଆନୋରେକ୍ସିଆ ବା ଅରୁଚି (poor appetite), ବାନ୍ତି, ଥକ୍କା ଲାଗିବା (feel tired), ପେଟ ଯନ୍ତ୍ରଣା (abdominal pain) ବା ତରଳ ଝାଡ଼ା ହୁଏ । [1][2] ହେପାଟାଇଟିସ ଏକ ସାମୟିକ ରୋଗ ବା ଦୀର୍ଘକାଳୀନ କ୍ରନିକ ରୋଗ (long term) ହୋଇପାରେ । [1] ଆକ୍ୟୁଟ ହେପାଟାଇଟିସ ସ୍ୱତଃ ଉପଶମ ହୋଇପାରେ, ଏହା ପ୍ରଗତିଶୀଳ ହୋଇ କ୍ରନିକ ହେପାଟାଇଟିସ ହୋଇପାରେ ବା କ୍ୱଚିତ ଆକ୍ୟୁଟ ଯକୃତ ଫେଲ (acute liver failure) ହୋଇପାରେ । [5] କ୍ରନିକ ହେପାଟାଇଟିସ ସମୟକ୍ରମେ ପ୍ରଗତି କରି ସିରୋସିସ୍, ଯକୃତ ଫେଲ (liver failure) ବା ଯକୃତ କର୍କଟ ରୋଗରେ ପରିବର୍ତ୍ତିତ ହୋଇପାରେ ।[3]
ହେପାଟାଇଟିସ | |
---|---|
ବିଭାଗ | ସଂକ୍ରାମକ ରୋଗ (infectious disease) ଓ ଜଠରାନ୍ତ୍ର ରୋଗ ବିଜ୍ଞାନ (gastroenterology) |
ଲକ୍ଷଣ | ହଳଦିଆ ଚର୍ମ (yellowish skin), ଅରୁଚି, ପେଟ ଯନ୍ତ୍ରଣା [1][2] |
ଅବଧି | ସ୍ୱଳ୍ପ କାଳୀନ ବା ଦୀର୍ଘକାଳୀନ [1] |
କାରଣ | ଭୁତାଣୁ (viruses), ଆଲକୋହୋଲ/ମଦ୍ୟପାନ (alcohol), ବିଷାକ୍ତ ପଦାର୍ଥ, ଅଟୋଇମ୍ମ୍ୟୁନ ।[2][3] |
ପ୍ରତିକାର | ଟିକା[2] |
ଚିକିତ୍ସା | ଔଷଧ, ଯକୃତ ପ୍ରତିରୋପଣ (liver transplant)[1][4] |
ପୁନଃପୌନିକ | > ୫୦୦ ନିୟୁତ କେଶ [3] |
ମୃତ୍ୟୁ ସାନ୍ଦ୍ରତା | > ବର୍ଷକୁ ଏକ ନିୟୁତ [3] |
ପୃଥିବୀବ୍ୟାପି ଭୁତାଣୁ ହେପାଟାଇଟିସ (viral hepatitis) ସବୁଠାରୁ ଅଧିକ ସଂଖ୍ୟକ କାରଣ ରୂପେ ବିବେଚିତ ହୋଇଚି ।[2][3] ଅନ୍ୟାନ୍ୟ କାରଣ ମଧ୍ୟରେ ମଦ୍ୟାତ୍ୟୟ, ନନ୍ ଆଲକୋହୋଲିକ ସ୍ଟିଏଟୋହେପାଟାଇଟିସ (nonalcoholic steatohepatitis) (nash/ଏନଏଏସଏଚ), କେତେକ ଔଷଧ, ଟକ୍ସିନ/ବିଷ, ଅନ୍ୟ କେତେକ ସଂକ୍ରମଣ ଓ ଅଟୋଇମ୍ମ୍ୟୁନ ରୋଗ (autoimmune diseases) ଉଲ୍ଲେଖନୀୟ ଅଟେ । [2][3][6] ଏହାକୁ ୫ ଶ୍ରେଣୀରେ ବିଭକ୍ତ କରାଯାଇଛି ଯଥା:- ହେପାଟାଇଟିସ ଏ, ବି, ସି, ଡି (D) ଓ ଇ (E) । ହେପାଟାଇଟିସ ଏ ଓ ଇ ଉଭୟ ଅପମିଶ୍ରିତ ଖାଦ୍ୟ ଓ ଜଳ ମାଧ୍ୟମରେ ବ୍ୟାପିଥାଏ । ହେପାଟାଇଟିସ ବି ସାଧାରଣତଃ ଯୌନ ସମ୍ଭୋଗ ସମୟରେ, ଶିଶୁ ଜନ୍ମ ସମୟରେ, ସଂକ୍ରମିତ ରକ୍ତ ନେବା ସମୟରେ ଓ ସଂକ୍ରମିତ ଛୁଞ୍ଚି ସାହାଯ୍ୟରେ ଇଞ୍ଜେକସନ ନେଲେ ବା ଶିରାଭ୍ୟନ୍ତର ଡ୍ରଗ ଇଞ୍ଜେକସନ ନେଲେ ବ୍ୟାପିଥାଏ । ହେପାଟାଇଟିସ ସି ଓ ଡି ଉଭୟ ସାଧାରଣତଃ ରକ୍ତ ମାଧ୍ୟମରେ ବ୍ୟାପିଥାଏ । [3]
ଟିକା ଦେବାଦ୍ୱାରା ହେପାଟାଇଟିସ ଏ, ବି ଓ ଡି ରୋଗମାନଙ୍କର ପ୍ରତିଷେଧ ହୁଏ ।[2] କ୍ରନିକ ଭୁତାଣୁ ହେପାଟାଇଟିସ ରୋଗକୁ ଔଷଧ ଦେଇ ଚିକିତ୍ସା କରାଯାଏ ।[1] ଏନଏଏସଏଚ ରୋଗ ନିମନ୍ତେ କୋଣସି ନିର୍ଦ୍ଧିଷ୍ଟ ଚିକିତ୍ସା ନାହିଁ, କିନ୍ତୁ ଶାରୀରିକ ସକ୍ରିୟତା, ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ, ଓଜନ କମେଇବା ଆଦି ଜୀବନଚର୍ଯ୍ୟା ଅତି ମହତ୍ତ୍ୱପୁର୍ଣ୍ଣ ହୁଏ ।[6] ଅଟୋଇମ୍ମୁନ ହେପାଟାଇଟିସ (Autoimmune hepatitis) ରୋଗକୁ ଇମ୍ମ୍ୟୁନୋସପ୍ରେସାଣ୍ଟ ଔଷଧ ଦେଇ ଚିକିତ୍ସା କରାଯାଏ ।[7] କେତେକ କେଶ୍ରେ ଯକୃତ ପ୍ରତିରୋପଣ (liver transplant) କରାଯାଇପାରେ ।[4]
ପୃଥିବୀରେ ସନ ୨୦୧୫ରେ ୧୧୪ ନିୟୁତ ଲୋକଙ୍କୁ ହେପାଟାଇଟିସ ଏ, ୩୪୩ ନିୟୁତ ଲୋକଙ୍କୁ ହେପାଟାଇଟିସ ବି ଓ ୧୪୨ ନିୟୁତ ଲୋକଙ୍କୁ କ୍ରନିକ ହେପାଟାଇଟିସ ସି ଆକ୍ରମଣ କରିଥିଲା ।[8] ଯୁକ୍ତରାଷ୍ଟ୍ର ଆମେରିକାରେ୧୧ ନିୟୁତ ଲୋକଙ୍କୁ ଏନଏଏସଏଚ ଓ ୫ ନିୟୁତ ଲୋକଙ୍କୁ ଆଲକୋହୋଲିକ ହେପାଟାଇଟିସ (alcoholic hepatitis) ଆକ୍ରମଣ କରିଥିଲା ।[6][9] ଅପ୍ରତ୍ୟକ୍ଷ ଭାବରେ ହେପାଟାଇଟିସ ରୋଗ ଯୋଗୁ ୧ ନିୟୁତ ମୃତ୍ୟୁ ହୁଏ, ସେଥିରୁ ଅଧିକାଂଶ ଯକୃତ କ୍ଷତଦାଗ (scar) ଓ ଯକୃତ କର୍କଟ ରୋଗମାନଙ୍କ ଯୋଗୁ ହୁଏ ।[3][10] ପ୍ରତିବର୍ଷ ଯୁକ୍ତରାଷ୍ଟ୍ର ଆମେରିକାରେ ୨୫୦୦୦ ଲୋକଙ୍କର ହେପାଟାଇଟିସ ରୋଗ ହେବା ଫଳରେ ୭୫ ଜଣଙ୍କର ମୃତ୍ୟୁ ହୁଏ ।[11] ହେପାଟାଇଟିସ ଶବ୍ଦଟି ଗ୍ରୀସ ଭାଷାରୁ ନିଆଯାଇଛି; Greek ଶବ୍ଦ hêpar (ἧπαρ) (ହେପାର), ଅର୍ଥ "liver"/ଯକୃତ, ଓ -itis/ଆଇଟିସ (-ῖτις) ଅର୍ଥ "inflammation"/ପ୍ରଦାହ ।[12]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.