ଆତଙ୍କବାଦୀ ଆକ୍ରମଣ From Wikipedia, the free encyclopedia
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା ।[1] ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।[2][3] ଏହି ଆତଙ୍କବାଦ ଆକ୍ରମଣରେ ଶହୀଦ ହୋଇଥିବା ୪୬ ଜଣ ସୈନ୍ୟମାନଙ୍କ ଭିତରେ ଦୁଇ ଓଡ଼ିଆ ଥିଲେ । ସେମାନେ ହେଲେ, ଜଗତସିଂହପୁର ଜିଲ୍ଲାର ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର ପଞ୍ଚାୟତର ପାରିଶିଖର ଗ୍ରାମର ପ୍ରସନ୍ନ କୁମାର ସାହୁ ଏବଂ କଟକ ଜିଲ୍ଲା ନିଆଳି ବ୍ଲକ ଅନ୍ତର୍ଗତ ରତନପୁର ଗାଁର ମନୋଜ କୁମାର ବେହେରା ।[4]
୨୦୧୯ ପୁଲୱାମା ଆକ୍ରମଣ | |
---|---|
Part of କାଶ୍ମୀର ସମସ୍ୟା | |
ସ୍ଥାନ | ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀର, ଭାରତ |
Coordinates | 33°57′53″N 74°57′52″E |
ତାରିଖ | 14 ଫେବୃଆରୀ 2019 15:15 IST (UTC+05:30) |
ଲକ୍ଷ୍ୟ | ସିଆରପିଏଫର ପ୍ରତିରକ୍ଷା ବାହିନୀ |
ଆକ୍ରମଣ ପ୍ରକାର | ଆତ୍ମଘାତୀ ବୋମା ବିସ୍ଫୋରଣ, କାର ବୋମା ବିସ୍ଫୋରଣ |
ମୃତ୍ୟୁ | ୪୬ ସିଆରପିଏଫ ଯବାନ, ଜଣେ ଆକ୍ରମଣକାରୀ |
ଅମାରାତ୍ମକ କ୍ଷତି | ୩୫ |
Perpetrators | ଜୈଶ-ଏ-ମହମ୍ମଦ |
୧୯୮୯ ପରଠାରୁ ଭାରତୀୟ ସେନାବାହିନୀ ଉପରେ ଏହା ସବୁଠାରୁ ବଡ଼ ଆତଙ୍କବାଦୀ ଆକ୍ରମଣ ଥିଲା ।[5]
୨୦୧୫ ମସିହାଠାରୁ ଭାରତୀୟ ସେନା ବାହିନୀଙ୍କ ବିରୁଦ୍ଧରେ ପାକିସ୍ତାନରେସ୍ଥିତ ଅନେକ ସଙ୍ଗଠନ ଆତ୍ମଘାତୀ ଆକ୍ରମଣ ସଂଖ୍ୟା ବୃଦ୍ଧି ଘଟିଥିଲା । ଜୁଲାଇ ୨୦୧୫ ମସିହାରେ ତିନି ଜଣ ବନ୍ଧୁକଧାରୀ ଗୁରୁଦାସପୁରଠାରେ ଏକ ବସ ଏବଂ ପୁଲିସ ଥାନା ଉପରେ ଆକ୍ରମଣ କରିଥିଲେ । ୨୦୧୬ ମସିହାରେ ଚାରିରୁ ଛଅ ଜଣ ବନ୍ଧୁକଧାରୀ ପଠାନକୋଟ ବାୟୁସେନା କେନ୍ଦ୍ର ଉପରେ ଆକ୍ରମଣ କରିଥିଲେ ।[6] ପାମ୍ପୋରଠାରେ ଆତଙ୍କବାଦୀଗଣ ଆକ୍ରମଣରେ ଫେବୃୟାରୀ ଏବଂ ଜୁନ ମାସ ୨୦୧୬ ମସିହାରେ ଯଥାକ୍ରମେ ୯ ଏବଂ ୮ ସୁରକ୍ଷାକର୍ମୀ ଶହୀଦ ହୋଇଥିଲେ । ଉରୀଠାରେ ସେପ୍ଟେମ୍ବର ୨୦୧୬ ମସିହାରେ ୧୯ ଜଣ ସୁରକ୍ଷାକର୍ମୀ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିଲେ । ୩୧ ଡିସେମ୍ବର ୨୦୧୭ ମସିହାରେ ଆତଙ୍କବାଦୀ ଆକ୍ରମଣରେ ପୁଣି ପାଞ୍ଚ ଜଣ ସୁରକ୍ଷାକର୍ମୀ ଶହୀଦ ହୋଇଥିଲେ । ଏହି ସବୁ ଆକ୍ରମଣ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥ ପାଖାପାଖି ଘଟିଥିଲା ।[2]
State | Number |
---|---|
ଉତ୍ତର ପ୍ରଦେଶ | ୧୨ |
ରାଜସ୍ଥାନ | ୫ |
ପଞ୍ଜାବ | ୪ |
ଓଡ଼ିଶା | ୨ |
ଉତ୍ତରାଖଣ୍ଡ | ୨ |
ବିହାର | ୨ |
ମହାରାଷ୍ଟ୍ର | ୨ |
ପଶ୍ଚିମ ବଙ୍ଗ | ୨ |
ତାମିଲନାଡୁ | ୧ |
ଆସାମ | ୧ |
କର୍ଣ୍ଣାଟକ | ୧ |
ଜମ୍ମୁ ଓ କଶ୍ମୀର | ୧ |
ହିମାଚଳ ପ୍ରଦେଶ | ୧ |
କେରଳ | ୧ |
ଝାଡ଼ଖଣ୍ଡ | ୧ |
ମଧ୍ୟ ପ୍ରଦେଶ | ୧ |
ଜଣାପଡ଼ିନାହିଁ | ୮ |
ମୋଟ | ୪୭ |
୧୪ ଫେବୃୟାରୀ ୨୦୧୯ ମସିହାରେ ୨୫୦୦ରୁ ଅଧିକ ସିଆରପିଏଫ ପ୍ରତିରକ୍ଷାବାହିନୀ ୭୮ଟି ଗାଡ଼ିରେ ଜମ୍ମୁରୁ ଶ୍ରୀନଗର ଜାତୀୟ ରାଜପଥ ୪୪ରେ ଯାଉଥିଲେ । ଗାଡ଼ିଗୁଡ଼ିକ ଭୋର ସକାଳ ୩:୩୦ରେ ଜମ୍ମୁରୁ ଯାତ୍ରା ପ୍ରାରମ୍ଭ କରିଥିଲେ । ଆଗରୁ ଜାତୀୟ ରାଜପଥ ଦୁଇ ଦିନ ଧରି ବନ୍ଦ ଥିଲା, ଦୁଇଦିନପାରେ ସେହିଦିନ ଖୋଲିଥିବାରୁ ଏତେ ମାତ୍ରାରେ ସେନା ସ୍ଥାନାନ୍ତରିତ ହେଉଥିଲେ । ସନ୍ଧ୍ୟାପୂର୍ବରୁ ଶ୍ରୀନଗରରେ ପହଁଚିବାର ଯୋଜନା କରାଯାଇଥିଲା ।[2]
ଗାଡ଼ିଗୁଡ଼ିକ ଅବନ୍ତିପୁରା ନିକଟସ୍ଥ ଲେଠାପୁରା ଦେଇ ଅପରାହ୍ନ ୩:୧୫ରେ ଗତି କରୁଥିଲେ ।[5] ସେହି ସମୟରେ ପ୍ରଚୁର ମାତ୍ରାରେ ବିସ୍ଫୋଟକ ସାମଗ୍ରୀରେ ଭର୍ତ୍ତି ଏକ ମହିନ୍ଦ୍ରା ସ୍କୋର୍ପିଓ ଆସି କିଛି ଯବାନ ଯାଉଥିବା ଏକ ବୁଲେଟ ପ୍ରୁଫ ନଥିବା ବସକୁ[9] ଜୋରରେ ଧକ୍କା ଦେଇଥିଲା । ଏକ ୱିସ୍ଫୋଟ ହୋଇଥିଲା ଯେଉଁଥିରେ ଅତି କମରେ ୭୬ତମ ବାଟାଲିୟନର ୪୬ ଜଣ ଯବାନ ଶହୀଦ ହେବ ସହ ଅନେକ ଆଘାତପ୍ରାପ୍ତ ହୋଇଥିଲେ ।[1]
ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।[2][10][2][11] ଆକ୍ରମଣ କରିଥିବା ଆଦିଲ ଅହମ୍ମଦ ଦାର ନାମକ ବ୍ୟକ୍ତି, ଗତବର୍ଷ ଜୈଶ-ଏ-ମହମ୍ମଦ ସଙ୍ଗଠନରେ ଯୋଗଦାନ କରିଥିଲେ । ସେ ଆକ୍ରମଣ ସ୍ଥଳୀରୁ ମାତ୍ର ୧୦ କିଲୋମିଟର ଦୂରତା ମଧ୍ୟରେ ରହୁଥିଲେ ।[12] ପାକିସ୍ତାନ ସରକାର ଏହି ଆକ୍ରମଣ ପଛରେ ତାଙ୍କର କୌଣସି ହାତ ନାହିଁ ବୋଲି କହିଛନ୍ତି ।[13]
ବାରଜଣ ସଦସ୍ୟ ବିଶିଷ୍ଟ ଏକ ଜାତୀୟ ତଦନ୍ତ ଏଜେନ୍ସି ଏବଂ ଜମ୍ମୁ ଓ କାଶ୍ମୀର ପୁଲିସ ଏହି ଆକ୍ରମଣର ତଦନ୍ତ କରିବେ ।[1][2]
ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି କି ସ୍କୋର୍ପିଓରେ ୩୦୦ କିଲୋରୁ ଅଧିକ ବିସ୍ଫୋରକ ସାମଗ୍ରୀ ଥିଲା, ଯେଉଁଥିରେ ୮୦ କିଲୋଗ୍ରାମ ଅରଡିଏକ୍ସ ମଧ୍ୟ ଅନ୍ତର୍ଭୁକ୍ତ ।[2] [14]ଏହି ଅରଡିଏକ୍ସ ମାସ ମାସ ଧରି କୋଇଲା ବୋଝେଇ ଟ୍ରକଦ୍ୱାରା ପାକିସ୍ତାନରୁ ଭାରତକୁ ଅଣାଯାଉଥିଲା ।[15]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.