ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ (ଇଂରାଜୀରେ sexually transmitted infections ବା STI), ଅନ୍ୟ ନାମ ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ (STD) ଓ ଭେନେରିଆଲ ରୋଗ ଇଂରାଜୀରେ venereal diseases (VD); ଅନେକ ପ୍ରକାର ସଂକ୍ରାମକ ରୋଗକୁ ବୁଝାଏ ଯାହା ମନୁଷ୍ୟର ଯୌନ‌କ୍ରିୟାଦ୍ୱାରା (ମୁଖ୍ୟତଃ ଯୋନୀପଥ ଯୌନ ସଙ୍ଗମ, ମଳଦ୍ୱାର ସଙ୍ଗମମୁଖ ସଙ୍ଗମ) ସଞ୍ଚାରିତ ହୁଏ । ଅଧିକାଂଶ ରୋଗ ଆରମ୍ଭରୁ କୌଣସି ଲକ୍ଷଣ ଦେଖାନ୍ତି ନାହିଁ । [1] ତେଣୁ ରୋଗ ଅନ୍ୟ ସୁସ୍ଥ ଲୋକମାନଙ୍କୁ ସଂକ୍ରମିତ ହେବା ସମ୍ଭାବନା ଅଧିକ ରହେ । [2] ଏହାର ଲକ୍ଷଣ ଓ ଚିହ୍ନ ମଧ୍ୟରେ ଯୋନୀପଥ ବିସର୍ଜନ, ପୁଲିଙ୍ଗ ବିସର୍ଜନ, ଯୌନାଙ୍ଗ ଓ ଏହା ଚାରପାଖରେ ଘାଆ ଓ ବସ୍ତିଦେଶରେ ଯନ୍ତ୍ରଣା ହୁଏ । ଜନ୍ମ ପୂର୍ବରୁ ଓ ଜନ୍ମ ସମୟରେ ଏହି ରୋଗ ସଂକ୍ରମିତ ହେଲେ ଫଳାଫଳ ଖରାପ ହୁଏ । କେତେକ ରୋଗରେ ମହିଳାମାନେ ଗର୍ଭବତୀ ହୋଇପାରନ୍ତି ନାହିଁ । .[1]

Quick Facts ଯୌନ କ୍ରିୟା ସଞ୍ଚାରିତ ରୋଗ, ଶ୍ରେଣୀବିଭାଗ ଓ ବାହାର ସ୍ରୋତ ...
ଯୌନ କ୍ରିୟା ସଞ୍ଚାରିତ ରୋଗ
Thumb
ହର୍ପିସ ଜେନିଟାଲିସ
ଶ୍ରେଣୀବିଭାଗ ଓ ବାହାର ସ୍ରୋତ
ସ୍ପେଶାଲିଟିସଂକ୍ରାମକ ରୋଗ[*]
ଆଇସିଡ଼ି-୧୦A64.
ଆଇସିଡ଼ି-୯-ସିଏମ୍099.9
ରୋଗ ଡାଟାବେସ27130
Patient UKଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ
MeSHD012749
Close

କାରଣ ଓ ରୋଗ ନିର୍ଣ୍ଣୟ

୩୦ ପ୍ରକାରରୁ ଉର୍ଦ୍ଧ୍ୱ ଜୀବାଣୁ, ଭୁତାଣୁପରଜୀବୀ ଏହି ରୋଗ ସୃଷ୍ଟି କରନ୍ତି । [1] ଜୀବାଣୁ ସଂକ୍ରମଣ ମଧ୍ୟରେ ଗନୋରିଆ ସିଫିଲିସ୍ ଓ କ୍ଲାମିଡିଆ ଅନ୍ୟତମ । ଭାଇରାସ୍ ରୋଗ ମଧ୍ୟରେ ଗୁପ୍ତାଙ୍ଗ ହର୍ପିସ୍, ଏଡ୍‌ସ୍ଗୁପ୍ତାଙ୍ଗ ୱାର୍ଟ ମୂଖ୍ୟ ସ୍ଥାନ ଅଧିକାର କରିଛନ୍ତି । ପରଜୀବୀ ମଧ୍ୟରେ ଟ୍ରାଇକୋମୋନିଆସିସ୍ ମୁଖ୍ୟ । ଯୌନ ସଙ୍ଗମଦ୍ୱାରା ଏହା ସଞ୍ଚାରିତ ହେଲେ ମଧ୍ୟ ଅଣ-ଯୌନ‌କ୍ରିୟା ସଂସ୍ପର୍ଶରେ ଯଥା ପ୍ରଦୂଷିତ ରକ୍ତ, ସ୍ତନ୍ୟପାନ କିମ୍ବା ଶିଶୁ ଜନ୍ମ ସମୟରେ ଏହା ସଂଞ୍ଚାରିତ ହୁଏ । [1] ବିକଶିତ ଦେଶମାନଙ୍କରେ ରୋଗନିର୍ଣ୍ଣୟକାରୀ କିଟ୍ ମିଳେ କିନ୍ତୁ ବିକଶିତ ଦେଶମାନଙ୍କରେ ଏହି ସମ୍ଭାବ ହୋଇପାରି ନାହିଁ । [1]

ପ୍ରତିଷେଧକ ଓ ଚିକିତ୍ସା

ଏହି ରୋଗମାନଙ୍କଠାରୁ ରକ୍ଷା ପାଇବା ନିମନ୍ତେ ଶ୍ରେଷ୍ଠ ଉପାୟ ହେଉଛି ଯୌନ ସମ୍ଭୋଗ ନ କରିବା । [3] ହେପାଟାଇଟିସ ବିଏଚ.ପି.ଭି. ଟିକା ନେଲେ କେତେକ ସଂକ୍ରମଣ କମିଯାଏ । [3] କଣ୍ଡୋମ ବ୍ୟବ‌ହାର କରି ସୁରକ୍ଷିତ ଯୌନ‌କ୍ରିୟା କଲେ, ସଳ୍ପ ଯୌନ ସାଥୀ ବା କେବଳ ଦୁଇ ଜଣ ଯୌନ ସମ୍ପର୍କ ରଖିଲେ ଏହି ରୋଗ ସମ୍ଭାବନା କମିଯାଏ । [1][3] ସୁନ୍ନତ କରିବାଦ୍ୱାରା ଅନେକ ସଂକ୍ରମଣ ପ୍ରତିରୋଧ କରାଯାଇପାରେ । [1] ଅଧିକାଂଶ ଯୌନ ସଂକ୍ରମଣ ଚିକିତ୍ସା କରିହୁଏ ଓ ଆରୋଗ୍ୟ କରିହୁଏ । [1] ସିଫିଲିସ୍, ଗନୋରିଆ, କ୍ଲାମିଡିଆ ଓ ଟ୍ରାଇକୋମୋନିଆସିସ୍ ରୋଗ ଆରୋଗ୍ୟସାଧ୍ୟ ଓ ହର୍ପିସ୍, ହେପାଟାଇଟିସ୍ ବି, ଏଚ ଆଇ ଭି/ଏଡ୍‌ସ ଓ ଏଚପିଭି ରୋଗ ଚିକିତ୍ସାସାଧ୍ୟ କିନ୍ତୁ ଆରୋଗ୍ୟସାଧ୍ୟ ନୁହେଁ । [1] ଗନୋରିଆ ଜୀବାଣୁ ଭଳି କେତେକ ଜୀବାଣୁ ନିମନ୍ତେ ଦିଆଯାଉଥିବା ଆଣ୍ଟିବାୟୋଟିକ୍‌ର ପ୍ରତିରୋଧ ହେଉଛି । [4]

ରୋଗନୁଶୀଳନ ଓ ଇତିହାସ

ସନ ୨୦୦୮ର ହିସାବ ଅନୁଯାୟୀ ୫୦୦ ନିୟୁତ ଲୋକ ସିଫିଲିସ୍, ଗନୋରିଆ, କ୍ଲାମିଡିଆ ଓ ଟ୍ରାଇକୋମୋନିଆସିସ୍ ରୋଗରେ ପୀଡ଼ିତ ହୋଇଥିଲେ । [1] ୫୩୦ ନିୟୁତ ଲୋକଙ୍କର ଗୁପ୍ତାଙ୍ଗ ହର୍ପିସ୍ ଓ ୨୯୦ ନିୟୁତ ମହିଳାଙ୍କର ମାନବ ପାପିଲୋମା ଭୁତାଣୁ ସଂକ୍ରମଣ ହୋଇଥିଲା । [1] ଏଚ.ଆଇ.ଭି. ବ୍ୟତୀତ ଅନ୍ୟ ଯୌନ ସଂକ୍ରମଣଦ୍ୱାରା ୧୪୨,୦୦୦ ଲୋକ ୨୦୧୩ରେ ମୃତ୍ୟୁ ବରଣ କରିଥିଲେ । [5] ଆମେରକାରେ ୨୦୧୦ ମସିହାରେ ୧୯ ନିୟୁତ ନୂଆ ଯୌନ ସଂକ୍ରମଣ ରୋଗ ଚିହ୍ନଟ କରାଯାଇଥିଲା । [6] ଏହି ବିଷୟରେ ଐତିହାସିକ ଦଲିଲ ଏବର୍ସ ପାପିରସ୍‌ରେ ୧୫୫୦ ମସିହାରେ ଓ ପୁରୁଣା ଟେସ୍ଟାମେଣ୍ଟରେ ଉଲ୍ଲେଖ ରହିଛି । [7] ଏହି ସଂକ୍ରମଣ ହେଲେ ଲଜ୍ଜାଜନ‌କ ଓ ବିଦ୍ରୁପଜନ‌କ ଅବସ୍ଥା ଉପୁଜେ । [1] ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ ଓ ଭେନେରିଆଲ୍ ରୋଗ ଅପେକ୍ଷା ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ ଶବ୍ଦଟି ଅଧିକ ପସନ୍ଦ କରାଯାଉଛି । [8]

ଆଧାର

Wikiwand in your browser!

Seamless Wikipedia browsing. On steroids.

Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.

Wikiwand extension is a five stars, simple, with minimum permission required to keep your browsing private, safe and transparent.