From Wikipedia, the free encyclopedia
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ୱରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । [1]ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ ।[2] ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ୱାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ୱ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି । [3]
United Nations Educational, Scientific and Cultural Organization | |
---|---|
ସଙ୍ଗଠନ | Specialized Agency |
Acronyms | UNESCO ONUÉSC |
ମୂଖ୍ୟ | Irina Bokova Director-General of UNESCO |
ସ୍ଥିତି | ସଚଳ |
ପ୍ରତିଷ୍ଠା | ୧୬ ନଭେମ୍ବର ୧୯୪୫ |
ମୂଖ୍ୟ କାର୍ଯ୍ୟାଳୟ | ପ୍ୟାରିସ, ଫ୍ରାନ୍ସ |
ୱେବସାଇଟ | UNESCO.org |
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.