ୱାଇ-ଫାଇ
ସ୍ଥାନୀୟ କ୍ଷେତ୍ର ବେତାର ନେଟୱାର୍କ | / From Wikipedia, the free encyclopedia
ୱାଇ-ଫାଇ (Wi-Fi) ହେଉଛି ଏକ ଟେକ୍ନୋଲୋଜି ବା ପ୍ରଯୁକ୍ତି, ଯାହାଦ୍ୱାରା ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ପରସ୍ପର ସହ ସଂଯୋଗ ସ୍ଥାପନ କରି ନିଜ ନିଜ ଭିତରେ ଯୋଗାଯୋଗ କରିଥାନ୍ତି । ଏହାର ପୁରା ନାମ ହେଉଛି ଓୟାର୍ଲେସ୍ ଫିଡେଲିଟି (Wireless Fidelity) । ଓୟାର୍ଲେସ୍ର ଅର୍ଥ ତାରବିହୀନ[1] ଓ ଫିଡେଲିଟିର ଅର୍ଥ ଭରସା ବା ବିଶ୍ୱାସ[2] । ଅର୍ଥାତ୍ ଏହି ବ୍ୟବସ୍ଥାରେ ଯନ୍ତ୍ରଗୁଡ଼ିକ ବିନା ତାରରେ ପରସ୍ପର ସହିତ ଭରସାଯୋଗ୍ୟ ସଂଯୋଗ ସ୍ଥାପନ କରିଥାନ୍ତି । ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ମଧ୍ୟରେ ଏହି ପ୍ରକାର ସଂଯୋଗକୁ ସଂଯୋଗବିହୀନ ସଂଯୋଗ ମଧ୍ୟ କୁହାଯାଇପାରେ । ଏହି ବ୍ୟବସ୍ଥାରେ ଏକ ନିର୍ଦ୍ଦିଷ୍ଟ ପରିସୀମା ମଧ୍ୟରେ ରହିଥିବା ମୋବାଇଲ୍, ଲାପ୍ଟପ୍ ଓ କମ୍ପ୍ୟୁଟର ଇତ୍ୟାଦି ଯନ୍ତ୍ରଗୁଡ଼ିକ ମଧ୍ୟରେ ତାରବିହୀନ ଇଣ୍ଟରନେଟଦ୍ୱାରା ଯୋଗାଯୋଗ ହୋଇଥାଏ । ଏହି ପ୍ରଯୁକ୍ତିର ବିଶେଷତ୍ୱ ହେଲା ସେବା ପ୍ରଦାନକାରୀ ଇଣ୍ଟର୍ନେଟ୍ ସଂସ୍ଥା (Internet Service Provider ବା ISP) ପକ୍ଷରୁ ଦିଆଯାଇଥିବା ଗତିଠାରୁ ଏହାର ତୀବ୍ରତା ଅଧିକ ରହିଥାଏ । ତେବେ ଏହି ତାରବିହୀନ ନେଟ୍ୱାର୍କ ତିଆରି କରିବା ପାଇଁ ଏକ ରାଉଟର୍ର ଆବଶ୍ୟକତା ପଡ଼ିଥାଏ । ରେଡ଼ିଓ ତରଙ୍ଗ ସାହାଯ୍ୟରେ ଏହି ପ୍ରଯୁକ୍ତି କାମ କରିଥାଏ । ସାଧାରଣତଃ ୨.୪ ଗିଗାହର୍ଜ ୟୁଏଚ୍ଏଫ୍ ଏବଂ ୬ ଗିଗାହର୍ଜ ଏସ୍ଏଚ୍ଏଫ୍ ବେତାର ତରଙ୍ଗ ମଧ୍ୟରେ ୱାଇ-ଫାଇ ଅନ୍ୟ ଇଲେକ୍ଟ୍ରିନିକ୍ସ୍ ଉପକରଣଗୁଡ଼ିକୁ ସଂଯୋଗ କରିଥାଏ ।[3]
Developed by | ୱାଇ-ଫାଇ ଆଲିଆନ୍ସ୍ |
---|---|
Compatible hardware | ମୋବାଇଲ୍, କମ୍ପ୍ୟୁଟର, ଗେମିଙ୍ଗ୍ କନ୍ସୋଲ୍, ଟେଲିଭିଜନ |
ୱାଇ-ଫାଇ ବ୍ୟବସ୍ଥାଦ୍ୱାରା ତିଆରି କରାଯାଇଥିବା ନେଟ୍ୱାର୍କ୍କୁ WLAN (Wireless Local Area Network) କୁହାଯାଏ । ସୁରକ୍ଷା ଦୃଷ୍ଟିରୁ ୱାଇ-ଫାଇ ସାଧାରଣତଃ ଦୁର୍ବଳ । କାରଣ ଏଥିପାଇଁ କୌଣସି ତାର ସଂଯୋଗ କରିବାକୁ ପଡ଼ି ନ ଥାଏ । ସୁରକ୍ଷା ଦୃଷ୍ଟିକୋଣରୁ ରାଉଟର୍କୁ ନିର୍ଦ୍ଦେଶ ଦେବା ପାଇଁ ପାସ୍ୱାର୍ଡ଼୍ ବ୍ୟବସ୍ଥା କରାଯାଇଛି । ଏହି ପାସ୍ୱାର୍ଡ଼୍ଦ୍ୱାରା ୱାଇ-ଫାଇ ନେଟ୍ୱାର୍କ୍ରେ କିଛିଟା ସୁରକ୍ଷା ଯୋଗାଇଦେବା ସମ୍ଭବ ହୋଇଥାଏ ।[3]