From Wikipedia, the free encyclopedia
ଅଳେଇଚ ଏକ ଭାରତୀୟ ମସଲା । ଅଳେଇଚର ଜନ୍ମ ସ୍ଥାନ ଭାରତ ଓ ଶ୍ରୀଲଙ୍କା । କିନ୍ତୁ ଅନ୍ୟ ଦେଶ ଯଥା ଗୁଏଟମାଲା, ମେକ୍ସିକୋ, ଇଣ୍ଡୋନେସିଆ ଓ ଦକ୍ଷିଣ ଏସିଆର କେତେକ ଅଞ୍ଚଳରେ ମଧ୍ୟ ଚାଷ କରାଯାଏ ଭାରତର ଦକ୍ଷିଣ ଭାଗରେ ସର୍ବାଧିକ ଦେଖିବାକୁ ମିଳେ । ମଈଶୂର, କୁର୍ଗ, ବ୍ୱେନାଡ୍, ଟ୍ରଭାଙ୍କୋର ଓ କୋଚିନ୍ର ଆର୍ଦ୍ର ବନ ଏହା ପାଇଁ ଅନୁକୁଳ ଅଟେ । ଅଳେଇଚ ପାଚିବା ଆଗରୁ ଅମଳ କରାଯାଇ ଖରାରେ ଶୁଖାଯାଏ । ଆଧୁନିକ ପଦ୍ଧତିରେ ଡ୍ରାଇଂ ମେସିନ ବ୍ୟବହାର କରା ଯାଉଛି । ଅଳେଇଚର ଚୋପା ଯେତେ ସବୁଜ ହେବ ସେତେ ଭଲ ବୋଲି ଜଣାଯାଏ । ଥରେ ଅଳେଇଚର ଚୋପା ବାହାରି ଗଲେ,ଏହାର ସୁଗନ୍ଧ ନଷ୍ଟ ହୋଇଯାଏ । ତେଣୁ ସାଧାରଣତଃ ଏହାକୁ ରୋଷେଇ ପୂର୍ବରୁ ଚୋପାରୁ ଅଲଗା କରାଯାଏ । ଏହାର ମୁଲ୍ୟ ବଜାରରେ ବହୁତ ଅଧିକ ।[3]
ଅଳେଇଚ | |
---|---|
True cardamom (Elettaria cardamomum) 1896 illustration[1] | |
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ | |
ସାମ୍ରାଜ୍ୟ: | ଉଦ୍ଭିଦ ସାମ୍ରାଜ୍ୟ |
ଗୋଷ୍ଠୀ: | ଟ୍ରାକିଓଫାଇଟା |
ଗୋଷ୍ଠୀ: | ସ୍ପର୍ମାଟୋଫାଇଟା |
ଗୋଷ୍ଠୀ: | ଆବୃତବୀଜୀ |
ଗୋଷ୍ଠୀ: | ଏକବୀଜପତ୍ରୀ |
ଗୋଷ୍ଠୀ: | କମେଲିନିଡ |
ଗଣ: | ଜିଞ୍ଜିବରେଲ |
କୁଳ: | ଜିଞ୍ଜିବରାସି |
Genus: | Elettaria |
ଜାତି: | E. cardamomum |
ବାଇନୋମିଆଲ ନାମ | |
Elettaria cardamomum (L.) Maton | |
Synonyms[2] | |
|
ସାଧାରଣତଃ ଦୁଇ କିସମର ଅଳେଇଚ ଦେଖିବାକୁ ମିଳିଥାଏ- ସବୁଜ (ଛୋଟ) ଓ କଳା (ବଡ଼) । ଓଡ଼ିଆରେ ଏହି ସବୁଜ (ଛୋଟ) ଅଳେଇଚକୁ ଗୁଜୁରାତି ବୋଲି କୁହାଯାଏ ।[4]
ଭାରତୀୟ, ଉତ୍ତର ଆଫ୍ରିକା ଓ ଆରବୀୟ ଖାଦ୍ୟରେ ଅଳେଇଚର ବହୁଳ ଭାବରେ ଉପଯୋଗ କରାଯାଏ । ଭାରତରେ ଏହା ଗରମ ମସଲାର ସମୂହରେ ତରକାରୀରେ ବ୍ୟବହୃତ ହୁଏ ଓ ମଧୂର ବ୍ୟଞ୍ଜନମାନଙ୍କରେ ସ୍ୱାଦ ଓ ସୁଗନ୍ଧ ବଢେଇବା ପାଇଁ ସ୍ୱତନ୍ତ୍ର ଭାବରେ ବ୍ୟବହାର କରାଯାଏ । ଆରବ ଦେଶ ମାନଙ୍କରେ କଫିରେ ଅଳେଇଚ ଓ ଖିର ସର ଦେଇ ଅତିଥି ଚର୍ଚ୍ଚା କରିବା ଏକ ପରମ୍ପରା ଅଟେ । ସେହିପରି ଭାରତୀୟ ପରମ୍ପରାରେ ପାନ ମଧ୍ୟରେ ଅଳେଇଚ ଦେଇ ଖିଆଯାଏ । ପୂରାକାଳରୁ ଏହିପରି ଭାରତରେ ଅଳେଇଚକୁ ମୁଖବାସ ଭାବରେ ବ୍ୟବହାର କରାଯାଇ ଆସୁଛି ।
ନିମ୍ନ ତାଲିକାରେ ଦିଆଯାଇଥିବା ରୋଗଗୁଡ଼ିକ ପାଇଁ ଅଳେଇଚ ଅନେକ ଉପଯୋଗୀ ସାବ୍ୟସ୍ତ ହୋଇଥାଏ
ବଦ୍ ହଜମି ଯୋଗୁଁ ମୁଣ୍ଡ ବିନ୍ଧୁ ଥିଲେ ଅଳେଇଚ ପଡ଼ିଥିବା ଚା ପିଇଲେ ଆରାମ୍ ମିଳେ ।
ଅଳେଇଚର ବାସ୍ନା ମୁଖର ଦୁର୍ଗନ୍ଧ ଦୁର କରିବାରେ ସାହାଯ୍ୟ କରେ । କିଛି ଅଳେଇଚ ମଞ୍ଜିକୁ ଅଲ୍ପ ସମୟ ପାଇଁ ପାଟିରେ ଚୋବାଇ ରଖିଲେ, ମୁଖ ଗନ୍ଧ ଦୁର ହୋଇଥାଏ । କିଛି ଅଳେଇଚ ଓ ଡାଳଚିନିର ଅର୍କକୁ ମିଶାଇ କୁଳୀ କଲେ ମୁଖ ରୋଗ ଯଥା ଫରେଞ୍ଜାଇଟିସ୍, ଥଣ୍ଡା ଜନିତ ରୋଗ ଯେପରିକି ଗଳା କୁଣ୍ଡାଇବା, ଘଣ୍ଟିକାର ଦରଜ, ଗଳା ବସିଯିବା ଇତ୍ୟାଦି ଉପସମ କରେ ।
ଅଳେଇଚକୁ ପାଣି ଓ ଚାରେ ଫୁଟାଇ ପିଇଲେ,ଏହା ଅବସାଦକୁ କମ କରେ ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.