ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ଡମ୍ବରୁ ଶିଶା (ଜନ୍ମ: ୨୮ ମାର୍ଚ୍ଚ ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚିତ୍ରକୋଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1] ସେ ପ୍ରଥମ ବଣ୍ଡା ବ୍ୟକ୍ତି ଯିଏକି ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[2][3][4][5]
ଡମ୍ବରୁ ଶିଶା | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ମମତା ମାଢ଼ୀ |
ପର ଅଧିକାରୀ | ପୂର୍ଣ୍ଣଚନ୍ଦ୍ର ବାକା |
ନିର୍ବାଚନ ମଣ୍ଡଳୀ | ଚିତ୍ରକୋଣ୍ଡା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଖୁରିଗୁଡ଼ା, ଓଡ଼ିଶା | ୨୮ ମାର୍ଚ୍ଚ ୧୯୮୦
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ଡମ୍ବରୁ ଶିଶା ୧୯୮୦ ମସିହାର ମାର୍ଚ୍ଚ ୨୮ ତାରିଖରେ ମାଲକାନାଗିରି ଜିଲ୍ଲାର ଖୁରିଗୁଡ଼ା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।[6]
ଡମ୍ବରୁ ଶିଶା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[1]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଚିତ୍ରକୋଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୪୬,୩୯୧ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସ ପାର୍ଥୀ ଡମ୍ବରୁ ଶିଶାଙ୍କ ଠାରୁ ୯,୧୫୯ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[7]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.