ଭାରତୀୟ ଓଡ଼ିଆ-ଭାଷୀ ଲେଖକ From Wikipedia, the free encyclopedia
ନନ୍ଦ କିଶୋର ବଳ (୨୨ ଡିସେମ୍ବର ୧୮୭୫-୧ ଜୁଲାଇ ୧୯୨୮) ଓଡ଼ିଆ ସାହିତ୍ୟର ପ୍ରାକ-ଆଧୁନିକ କାଳର ଜଣେ କବି ଥିଲେ । ସେ ଓଡ଼ିଶାର ପୁରପଲ୍ଲୀ ଉପରେ କାବ୍ୟ ରଚନା କରିଥିବାରୁ ତାଙ୍କୁ ପଲ୍ଲୀ କବି ବୋଲି ସମ୍ବୋଧନ କରାଯାଇଥାଏ ।[୧]
ପଲ୍ଲୀକବି ନନ୍ଦ କିଶୋର ବଳ | |
---|---|
ଜନ୍ମ ଓ ଜନ୍ମସ୍ଥାନ | ରସାନନ୍ଦ ଜେନା ୨୨ ଡିସେମ୍ବର ୧୮୭୫ କୁସୁପୁର, କଟକ, ଓଡ଼ିଶା |
ମୃତ୍ୟୁ | ୧ ଜୁଲାଇ ୧୯୨୮ ୫୨) | (ବୟସ
ଭାଷା | ଓଡ଼ିଆ |
ଜାତୀୟତା | ଭାରତୀୟ |
ଶିକ୍ଷାନୁଷ୍ଠାନ | ରେଭେନ୍ସା କଲିଜିଏଟ ସ୍କୁଲ, ରେଭେନ୍ସା ମହାବିଦ୍ୟାଳୟ |
ଶୈଳୀ | କବି |
ପିତାମାତା | ଭଜନାନନ୍ଦ ଜେନା, ହିରଣ୍ମୟୀ ଦେବୀ |
ସେ ଓଡ଼ିଶାର ଯାଜପୁର ଜିଲ୍ଲା ଅନ୍ତର୍ଗତ କୁସୁପୁର ଗାଆଁରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା ଭଜନାନନ୍ଦ ଜେନା ଓ ମାତାଙ୍କ ନାମ ହିରଣ୍ମୟୀ ଦେବୀ । ଶୈଶବରେ ସେ "ରସାନନ୍ଦ ଜେନା" ନାମରେ ପରିଚିତ ଥିଲେ, ପିଉସୀ ପୋଷ୍ୟପୁତ୍ର କରିନେବା ପରେ ସେ "ନନ୍ଦକିଶୋର ବଳ" ଭାବରେ ପରିଚିତ ହେଲେ । ବାଲ୍ୟଜୀବନ କୁସୁପୁରରେ ହିଁ କଟିଥିଲା । ଗାଁ ସ୍କୁଲରୁ ଆରମ୍ଭ କରି, ସେ କଟକର ଟାଉନ ସ୍କୁଲ, ରେଭେନ୍ସା କଲିଜିଏଟ ସ୍କୁଲ, କେନ୍ଦ୍ରାପଡ଼ା ଉଚ୍ଚ ଇଂରାଜୀ ବିଦ୍ୟାଳୟ ଓ ରେଭେନ୍ସା ମହାବିଦ୍ୟାଳୟରେ ଶିକ୍ଷାଲାଭ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ପ୍ରତିଷ୍ଠିତ କଟକର ଟାଉନ ସ୍କୁଲରୁ ନନ୍ଦ କିଶୋର ନିଜର ଚାକିରି ଜୀବନ ଆରମ୍ଭ କରିଥିଲେ । କିଛି ବର୍ଷ ପରେ, ସେ ସ୍କୁଲ ସବ୍-ଇନସିପେକ୍ଟର ଭାବେ ପଦୋନ୍ନତି ପାଇଥିଲେ । ଏହି ଚାକିରିରେ ବାରମ୍ବାର ଗସ୍ତ ଓ ବଦଳି ଯୋଗୁଁ ତାଙ୍କ ଦେହ ଖରାପ ହେଉଥିଲା । ଏହି କାରଣରୁ, ସେ ସ୍ୱେଚ୍ଛାକୃତ ଅବସର ନେଇ ଗାଁରେ ରହିବାକୁ ସ୍ଥିର କରିଥିଲେ । କିନ୍ତୁ ଚିକିତ୍ସା ପାଇଁ ତାଙ୍କୁ ପୁନର୍ବାର କଟକ ଆସିବାକୁ ପଡିଥିଲା ।
୧୯୨୮ ମସିହା ଜୁଲାଇ ୧ତାରିଖରେ, ବାଉନ ବର୍ଷ ବୟସରେ ନନ୍ଦ କିଶୋର ଇହଲିଳା ସମ୍ବରଣ କରିଥିଲେ ।
ନନ୍ଦ କିଶୋର, କଲେଜର ପଢ଼ିଲା ବେଳୁହିଁ ପ୍ରବନ୍ଧ ଲେଖିବା ଆରମ୍ଭ କରିଥିଲେ । ନିଜର ପ୍ରଥମ ପ୍ରବନ୍ଧକୁ ସେ "ପଲ୍ଲୀ ଚିତ୍ର" ନାମରେ କବିତାର ରୂପ ଦେଇଥିଲେ । ତାଙ୍କର ରଚନାବଳୀରେ ପଲ୍ଲୀ ପ୍ରକୃତିର ସୁନ୍ଦର ବର୍ଣ୍ଣନା ଫୁଟିଉଠିଥାଏ । ପିଲାମାନଙ୍କ ପାଇଁ ତାଙ୍କଦ୍ୱରା ରଚିତ "ନାନା ବାୟା ଗୀତ" ଓଡ଼ିଶାର ପୁରପଲ୍ଲିରେ ବେଶ୍ ପ୍ରଚଳିତ ।[୨] ସେ ୧୦୦ରୁ ଅଧିକ ସନେଟ ମଧ୍ୟ ଲେଖିଯାଇଛନ୍ତି । ତାଙ୍କ ସନେଟ ଗୁଡ଼ିକ ପ୍ରକୃତି ଓ ଜନଜୀବନର ଛବିରେ ପୁଷ୍ଟ ।[୩]
ନନ୍ଦ କିଶୋରଙ୍କ ନାନାବାୟା ଗୀତ:[୪]
ମେଘ ବରଷିଲା ଟୁପୁରୁ ଟୁପୁରୁ
କେଶୁର ମାଇଲା ଗଜା,
କେଉଁ ରାଇଜରେ ରହିଲେ ମୋ ରଜା
ତେଲିଙ୍ଗି ବାଇଦ ବଜା ।
୧୯୨୫ରେ ସେ କନକଲତା (ଉପନ୍ୟାସ) ନାମରେ ଉପନ୍ୟାସଟିଏ ମଧ୍ୟ ରଚିଯାଇଛନ୍ତି । ଏହା ଧାରାବାହିକ ଭାବରେ ୧୯୧୩ରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହେଉଥିଲା । ଗାଉଁଲି ସରଳ ଜୀବନକୁ ଯୌତୁକ ଓ ବାଳବିବାହ କିପରି କଳୁଷିତ କରିଥାଏ ତାହାର ଛବି ଏଥିରୁ ଦେଖିବାକୁ ମିଳିଥାଏ । ନନ୍ଦ କିଶୋରଙ୍କ ପଦ୍ୟାବଳୀ ଗୁଡିକର ମୂଲ୍ୟାୟନ କରି, ବ୍ୟାସକବି ଫକୀର ମୋହନ କହିଥିଲେ :[୫]
"ପଢିଗଲି ବେଗେ ପଲ୍ଲୀ ପ୍ରସଙ୍ଗ ବାରତା,
କେହି କେବେ କହିନାହିଁ ଏ ପ୍ରକାର କଥା॥"
ନନ୍ଦ କିଶୋରଙ୍କଦ୍ୱାରା ରଚିତ ପୁସ୍ତକ:
କାବ୍ୟ:
କବିତାବଳୀ:
ଅନ୍ୟାନ୍ୟ:
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.