ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ପ୍ରୀତିରଞ୍ଜନ ଘଡ଼ାଇ (ଜନ୍ମ: ୬ ଜୁନ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରୀତିରଞ୍ଜନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କୋରାଇ ଓ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପ୍ରୀତିରଞ୍ଜନ ଘଡ଼ାଇ | |
---|---|
ବିଧାୟକ: ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | କୁଆଁରିଆ ମାଝି |
ପର ଅଧିକାରୀ | ପ୍ରଦୀପ ବଳ ସାମନ୍ତ |
ନିର୍ବାଚନ ମଣ୍ଡଳୀ | ସୁକିନ୍ଦା |
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ନିର୍ବାଚନ ମଣ୍ଡଳୀ | କୋରାଇ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୦ ଜୁନ ୧୯୭୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଦେବସ୍ମିତା ଘଡ଼ାଇ (୧ମ ପତ୍ନୀ)[୧] ଝିଲିକ୍ ଭଟ୍ଟାଚାର୍ଯ୍ୟ (୨୦୨୦-ଏବେଯାଏଁ) |
ବାପା/ବୋଉ | ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ (ବାପା) ପ୍ରତିମା ଘଡ଼ାଇ (ମାଆ) |
ବୃତ୍ତି | ରାଜନୀତିଜ୍ଞ |
ପ୍ରୀତିରଞ୍ଜନ ଘଡ଼ାଇ ୧୯୭୩ ମସିହାର ଜୁନ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ।[୨] ସେ ଓଡ଼ିଆ ଅଭିନେତ୍ରୀ ଝିଲିକ୍ ଭଟ୍ଟାଚାର୍ଯ୍ୟଙ୍କୁ ବିବାହ କରିଛନ୍ତି ।[୩] ପ୍ରୀତିରଞ୍ଜନଙ୍କର ଶିକ୍ଷାଗତ ଯୋଗ୍ୟତା ମେକାନିକାଲ ଇଞ୍ଜିନିୟରିଂରେ ସ୍ନାତକ ।[୨] ପ୍ରୀତିରଞ୍ଜନଙ୍କର ବାପା ପ୍ରଫୁଲ୍ଲ ଘଡ଼ାଇ ଜଣେ ରାଜନୀତିଜ୍ଞ ଏବଂ ସେ ଓଡ଼ିଶା ସରକାରଙ୍କ ଅଧିନରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ।
ପ୍ରୀତିରଞ୍ଜନ ଘଡ଼ାଇ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୨]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୭,୧୫୬ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରଦୀପ ବଳ ସାମନ୍ତଙ୍କ ଠାରୁ ୯,୫୭୭ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪]
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | କୋରାଇ | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ସୁକିନ୍ଦା | ବିଜୁ ଜନତା ଦଳ |
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ସୁକିନ୍ଦା | ବିଜୁ ଜନତା ଦଳ |
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.