From Wikipedia, the free encyclopedia
ଜଗନ୍ନାଥ ମନ୍ଦିରରବାହାର ସିଂହଦ୍ୱାରଠାରୁ କୁର୍ମ ବେଢ଼ା ଆରମ୍ଭ ପର୍ଯ୍ୟନ୍ତ ପାହାଚ ଶ୍ରେଣୀକୁ ବାଇଶି ପାହାଚ କୁହାଯାଏ । ବାଇଶି ପାହାଚ ପରେ ଭିତର ସିଂହଦ୍ୱାର ଦେଇ ଭିତର ବେଢ଼ାକୁ ଯିବାକୁ ହୁଏ ।
ବଉଳମାଳା ମାଙ୍କଡ଼ା ପଥରରେ ତିଆରି ବାଇଶି ପାହାଚର ନିର୍ମାଣ ସମ୍ପର୍କରେ ଏକ କିମ୍ବଦନ୍ତି ପ୍ରଚଳିତ । କିମ୍ବଦନ୍ତୀ ମତେ ନିଃସନ୍ତାନ ରାଜା ଭାନୁଦେବ ଜମ୍ବେଶ୍ୱରଙ୍କୁ ଆରାଧନା କରି ପୁତ୍ର ସନ୍ତାନଟିଏ ଲାଭକଲେ । ଜାତକରୁ ରାଜା ଜାଣିଲେ ତାଙ୍କ ପୁତ୍ରର ଆୟୁଷ କେବଳ ୨୨ବର୍ଷ । ଏହା ଜାଣିପାରି ରାଜା ଭାନୁଦେବ ପୁନଶ୍ଚ ଜମ୍ବେଶ୍ୱରଙ୍କୁ ଆରାଧନା କଲେ। ଜମ୍ବେଶ୍ୱର ରାଜାଙ୍କ ଭକ୍ତିରେ ସନ୍ତୁଷ୍ଟ ହୋଇ ଶ୍ରୀମନ୍ଦିର ଭିତରେ ବାଇଶି ପାହାଚ ନିର୍ମାଣ କରିବାକୁ ଆଜ୍ଞା ଦେଲେ । ରାଜା ବାଇଶି ପାହାଚ ନିର୍ମାଣ କରି ତାଙ୍କ ସନ୍ତାନର ଆୟୁ ବୃଦ୍ଧି ପାଇଁ ସେହି ବାଇଶି ପାହାଚରେ ଗଡ଼ାଇ ଦେଇଥିଲେ । ଶ୍ରଦ୍ଧାଳୁମାନେ ସେଥିପାଇଁ ନିଜ ନିଜ ପିଲାମାନଙ୍କର ଆୟୁଷ ବୃଦ୍ଧି ନିମନ୍ତେ ବାଇଶି ପାହାଚରେ ଗଡ଼ାଇ ଦେଇଥାନ୍ତି ।
ବାଇଶି ପାହାଚରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦିଆଯାଏ ।[1] ଭକ୍ତମାନେ ବର୍ଷତମାମ ବାଇଶି ପାହାଚ ବାଟଦେଇ ଶ୍ରୀଜୀଉମାନଙ୍କୁ ଦର୍ଶନ କରିବାକୁ ଯାଉଥିବା ବେଳେ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ଶ୍ରୀଜୀଉମାନେ ଶ୍ରୀମନ୍ଦିରର ରତ୍ନସିଂହାସନ ଛାଡ଼ି ବାଇଶି ପାହାଚ ବାଟ ଦେଇ ବଡ଼ଦାଣ୍ଡରେ ଥିବା ରଥକୁ ଆସିଥାନ୍ତି ।[2]
ଜଗନ୍ନାଥଙ୍କ ଦର୍ଶନ କରିବାକୁ ହେଲେ ବାଇଶି ପାହାଚ ଅତିକ୍ରମ କରି ଯିବାକୁ ପଡ଼ିଥାଏ । ତେଣୁ ଏହି ବାଇଶି ପାହାଚ ହେଉଛି ତତ୍ତ୍ୱମୟ ଓ ପବିତ୍ରମୟ । ବିଶ୍ୱାସ ଅଛି ଯେ, ପ୍ରତ୍ୟେକ ମଣିଷ ୨୨ ପ୍ରକାର ପାପରୁ ମୋକ୍ଷ ନିମନ୍ତେ ୨୨ ପାହାଚ ଅତିକ୍ରମ କରିବା ଆବଶ୍ୟକ । ୨୨ ପାହାଚ ଯୋଗ ବିଦ୍ୟା ବର୍ଣ୍ଣିତ ୨୨ଟି ସ୍ତରର ପ୍ରତୀକ । ବାଇଶି ପାହାଚରେ ଦ୍ୱିତୀୟ ସୋପାନରେ ରହିଛି ଯମଶିଳା । ଶ୍ରଦ୍ଧାଳୁମାନେ ଏହି ଶିଳାକୁ ସ୍ପର୍ଶ କରି ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଅକାଳ ମୃତ୍ୟୁ ହୁଏ ନାହିଁ ଓ ସମସ୍ତ ପାପ ନାଶ ହୋଇ ଜୀବ ବୈକୁଣ୍ଠଗାମୀ ହୁଏ ବୋଲି ବିଶ୍ୱାସ ରହିଛି । [3] ବାଇଶି ପାହାଚର ତାତ୍ତ୍ୱିକ ମାହାତ୍ମ୍ୟ ଉପରେ ଅନେକ ବିଶ୍ୱାସ ପ୍ରଚଳିତ, ଯଥା;
ବାଇଶି ପାହାଚ କୁହାଯାଉଥଲେ ମଧ୍ୟ ତାହା ବାସ୍ତବରେ ୨୦ଟି ପାହାଚ ରହିଛି ।[5] ପୁରୁଣା ବା ମୂଳ ସିଂହଦ୍ୱାରଠାରୁ ନୂଆ ସିଂହଦ୍ୱାର ପର୍ଯ୍ୟନ୍ତ ଲାଗିଥିବା ଏହି ପାହାଚକୁ ବାଇଶି ପାହାଚ ବୋଲି କୁହାଯାଏ । ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିର ପ୍ଳଟ ନଂ୧୫୭ (କ)ରେ ଏହା ଅବସ୍ଥିତ । ପୂର୍ବରୁ ଏଠାରେ ମହାପ୍ରସାଦ ବିକ୍ରି ହେଉଥଲା । ଭକ୍ତମାନେ ମହାପ୍ରସାଦ ଓ କୈବଲ୍ୟ ପାଉଥଲେ । ସେଥପାଇଁ କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ଲେଖିଛନ୍ତି :
ବାଇଶି ପାବଚ୍ଛ ଗଲି ସୁଖେ , କୈବଲ୍ୟ ପସରା ବେନି ପାଶେ ।
ଚାଣ୍ଡାଳୁ ବ୍ରାହ୍ମଣ ଶୁଦ୍ର ପରିଯନ୍ତେ, କୈବଲ୍ୟ ଭୂଞ୍ଜନ୍ତି ମୁଖେ ମୁଖେ ।
ବାଇଶି ପାହାଚରେ ପ୍ରତି ପାହାଚର ଉଚ୍ଚ ୬ରୁ ୭ଇଞ୍ଚ, ଓସାର ୬ଫୁଟ ଓ ଲମ୍ବ ୭୦ଫୁଟ ରହିଛି । ଏହାର ଅଷ୍ଟାଦଶ ପାହାଚଟିର ପ୍ରସ୍ଥ ୧୫ ଫୁଟ, ଆନନ୍ଦବଜାର ପ୍ରବେଶ ମାର୍ଗରେ ଏହାର ୧୯ ଓ ୨୦ ତମ ପାହାଚ ରହିଛି । ଯାହା ଅର୍ଦ୍ଧଗୋଲାକାର । ଏହାର ପ୍ରବେଶ ମାର୍ଗର ତୃତୀୟ ପାହାଚରେ କାଶୀବିଶ୍ୱନାଥ ମନ୍ଦିର ରହିଛି ।[5] ଜନଶ୍ରୁତି ଅନୁଯାୟୀ ରାଜା ଭାନୁଦେବ ବାଇଶି ପାହାଚ ନିର୍ମାଣ କରିଥଲେ । ବାଇଶି ପାହାଚ ନିର୍ମାଣ କରିଥିବାରୁ ତାଙ୍କ ପୁତ୍ର ବିପଦମୁକ୍ତ ହୋଇଥବା କୁହଯାଏ ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.