From Wikipedia, the free encyclopedia
ବୀରେନ ମିତ୍ର (୨୬ ନଭେମ୍ବର ୧୯୧୭–୨୫ ମଇ ୧୯୭୮), ଜଣେ ଓଡ଼ିଆ ରାଜନୈତିକ ନେତା ଓ ସମାଜ ସଂସ୍କାରକ ଥିଲେ । ସେ ୨ ଅକ୍ଟୋବର୧୯୬୩ଠାରୁ ୨୧ ଫେବୃଆରୀ୧୯୬୫ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । [1] ସେ ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶା ବିଧାନ ସଭାକୁ କଟକ ସଦରରୁ କଂଗ୍ରେସ ପ୍ରାଥୀ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୩ ମସିହାରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଓ ୧୯୬୫ ମସିହାରେ ଇସ୍ତଫା ଦେଇଥିଲେ । [2]
ବୀରେନ ମିତ୍ର | |
---|---|
ମୁଖ୍ୟମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୨ ଅକ୍ଟୋବର ୧୯୬୩ – ୨୧ ଫେବୃଆରୀ ୧୯୬୫ | |
ନିର୍ବାଚନ ମଣ୍ଡଳୀ | କଟକ ସଦର |
ବିଧାୟକ: ୨ୟ, ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୭୧ | |
ନିର୍ବାଚନ ମଣ୍ଡଳୀ | କଟକ ସଦର |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପୂର୍ବ ଅଧିକାରୀ | ପ୍ରାଣନାଥ ପଟ୍ଟନାୟକ |
ପର ଅଧିକାରୀ | ରାଜା ବୀରକିଶୋର ଦେବ |
ନିର୍ବାଚନ ମଣ୍ଡଳୀ | କଟକ ନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | କଟକ, ଓଡ଼ିଶା | ୨୬ ନଭେମ୍ବର ୧୯୧୭
ମୃତ୍ୟୁ | ୨୫ ମଇ ୧୯୭୮ ୬୦) ଶ୍ରୀ ରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ | (ବୟସ
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଇଶ୍ୱରମା ମିତ୍ର |
ଶିକ୍ଷାନୁଷ୍ଠାନ | ରେଭେନ୍ସା ମହାବିଦ୍ୟାଳୟ, ପ୍ୟାରୀମୋହନ ଏକାଡେମୀ |
ବୀରେନ, ୧୯୧୭ ମସିହାରେ କଟକର କାଠଗଡା ସାହିରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା "ବିପିନ ବିହାରୀ ମିତ୍ର" । ସେ କଟକର ପ୍ୟାରୀମୋହନ ଏକାଡେମୀ ଓ ରେଭେନ୍ସା ମହାବିଦ୍ୟାଳୟରୁ ଶିକ୍ଷାଗ୍ରହଣ କରିଥିଲେ । ସେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ "ଅଗଷ୍ଟ ବିପ୍ଳବ"ରେ ଅଂଶଗ୍ରହଣ କରିଥିଲେ । ହରେକୃଷ୍ଣ ମହତାବ ଥିଲେ ବୀରେନଙ୍କ ରାଜନୈତିକ ଗୁରୁ ଓ ସହକର୍ମୀ ।[3]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.