ହିନ୍ଦୁ ଜ୍ୟୋତିଷ ମତେ ୨୭ଟି ନକ୍ଷତ୍ର ମଧ୍ୟରୁ ଚତୁର୍ଥ ନକ୍ଷତ୍ର ହେଉଛି ରୋହିଣୀ । ରାଶିଚକ୍ରରେ (ଅପମଣ୍ଡଳ) ଏହା ବୃଷ ରାଶିର ପ୍ରଥମ ଭାଗରେ ୧୦ ଡିଗ୍ରୀରୁ ପ୍ରାୟ ୨୩ ଡିଗ୍ରୀ ୨୦ ମିନିଟ ମଧ୍ୟରେ ଅବସ୍ଥିତ ।

Thumb
Taurus(constellation)ରେ ରୋହିଣୀ ନକ୍ଷତ୍ରର ସ୍ଥିତି

ଜ୍ୟୋତିଷୀୟ ପରିଚୟ

ହିନ୍ଦୁ ଜ୍ୟୋତିଷରେ ରାଶିଚକ୍ର (୩୬୦ ଡିଗ୍ରୀ)କୁ କାଳ୍ପନିକ ୨୭ ଭାଗରେ ବିଭକ୍ତ କରାଯାଇଛି । ପ୍ରତ୍ୟେକ ଭାଗ ଅର୍ଥାତ୍‌ ୧୩ ଡିଗ୍ରୀ ୨୦ ମିନିଟ ଅଂଶ ଗୋଟିଏ ଗୋଟିଏ ନକ୍ଷତ୍ର ନାମରେ ନାମିତ । ନକ୍ଷତ୍ରମାନଙ୍କୁ ହିନ୍ଦୁ ଜ୍ୟୋତିଷମାନେ ୨୭ଟି ସ୍ୱତନ୍ତ୍ର ତାରକାପୁଞ୍ଜରେ ବିଭକ୍ତକରି ପ୍ରତ୍ୟେକଙ୍କୁ ଗୋଟିଏ ଲେଖାଁଏ ସ୍ୱତନ୍ତ୍ର ନାମ ଦେଇ ଅଛନ୍ତି । ପୁଣି ପ୍ରତ୍ୟେକ ନକ୍ଷତ୍ରକୁ ଚାରି ପାଦରେ ବିଭକ୍ତ କରାଯାଇଛି । ଚନ୍ଦ୍ରର ଦୈନିକ ଗତି ପ୍ରାୟ ୧୩ ଡିଗ୍ରୀ ୨୦ ମିନିଟ ହୋଇଥିବାରୁ ଏହା ଗୋଟିଏ ଦିନ ଗୋଟିଏ ନକ୍ଷତ୍ରରେ ଅବସ୍ଥାନ କରିଥାଏ । [1]

ଆଧାର

Wikiwand in your browser!

Seamless Wikipedia browsing. On steroids.

Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.

Wikiwand extension is a five stars, simple, with minimum permission required to keep your browsing private, safe and transparent.