Remove ads
ଭୁବନେଶ୍ୱରରେ ଥିବା ଏକ ଶିବ ମନ୍ଦିର। From Wikipedia, the free encyclopedia
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି । [୧]
ଲିଙ୍ଗରାଜ ମନ୍ଦିର | |
---|---|
Religion | |
ଅନୁବନ୍ଧଗୁଡ଼ିକ | ହିନ୍ଦୁ ଧର୍ମ |
District | ଖୋର୍ଦ୍ଧା |
Location | |
ସ୍ଥାନ | ଭୁବନେଶ୍ୱର |
Country | ଭାରତ |
Architecture | |
ଯଯାତି କେଶରୀ |
ଲିଙ୍ଗରାଜ ଶବ୍ଦର ଅର୍ଥ ହେଉଛି 'ଲିଙ୍ଗମାନଙ୍କର ରାଜା', 'ଲିଙ୍ଗ ପୂଜା' ଶିବ ପୂଜାର ପ୍ରତୀକ ହୋଇଥିବାରୁ ଏହା ଏକ ଶୈବ କ୍ଷେତ୍ର ଭାବରେ ଜଣାଶୁଣା । ଶିବ ଏଠାରେ ତ୍ରିଭୁବନେଶ୍ୱର (ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳର ଦେବ) ଭାବରେ ପୂଜା ପାଇଥାନ୍ତି ।[୨] ଏଠାରେ ଦେବୀ ପାର୍ବତୀ ଅନ୍ନପୂର୍ଣ୍ଣା ହୋଇ ପତ୍ନୀ ରୂପରେ ଲିଙ୍ଗରାଜଙ୍କ ସହିତ ପୂଜା ପାଇଥାନ୍ତି ।
ଏହି ମନ୍ଦିର ୧୦୦୦ ବର୍ଷରୁ ଅଧିକ ପୁରୁଣା । ଏହା ଷଷ୍ଠ ଶତାବ୍ଦୀରେ ତିଆରି ହୋଇଥିବାର ଅନେକ ପୁରାଣରେ ପ୍ରମାଣ ମିଳୁଥିଲେ ମଧ୍ୟ ୧୧ଶ ଶତାବ୍ଦୀରେ ପୁନର୍ନିମିତ ହୋଇଥିଲା ।[୩] ଲିଙ୍ଗରାଜ ମନ୍ଦିରର ନିର୍ମାଣ ସରିବା ବେଳକୁ ବିଷ୍ଣୁ ପୂଜାର ଆରମ୍ଭ ହୋଇସାରିଥିଲା ଯାହା ଏଠାରେ ହର (ଶିବ) ଓ ହରି (ବିଷ୍ଣୁ)ଙ୍କ ମିଳନର ପ୍ରମାଣ ଦେଇଥାଏ ।
କିମ୍ବଦନ୍ତୀ ଅନୁସାରେ ଲିଙ୍ଗରାଜ ମନ୍ଦିରର ସମ୍ମୁଖରେ ଥିବା ଏକ ପୁଷ୍କରିଣୀରେ ମା ପାର୍ବତୀ ଗୋପାଳୁଣୀ ଅବତାରରେ କୀର୍ତ୍ତି ବାସ ଅସୁରଙ୍କୁ ବଧ କରିଥିଲେ । ଭୁବନେଶ୍ୱରରେ ଥିବା ଅନ୍ୟତମ ପ୍ରାଚୀନ ମନ୍ଦିର ବଇତାଳ ଦେଉଳରେ କାପାଳିନୀ ଦେବୀ ପୂଜିତ । ଶୀତଳ ଷଷ୍ଠୀ ସମୟରେ ଲିଙ୍ଗରାଜଙ୍କ ସହିତ ମା ପାର୍ବତୀଙ୍କ ବିବାହ ହୋଇଥାଏ । ଭାରତୀ ମଠସ୍ଥିତା କାମାକ୍ଷୀ ଦେବୀଙ୍କୁ ଲିଙ୍ଗରାଜଙ୍କ ଭଉଣୀ ବୋଲାଯାଏ ।
ମହାପ୍ରଭୁ ଲିଙ୍ଗରାଜଙ୍କୁ ଭକ୍ତମାନଙ୍କ ଦେଇ କଦଳୀ, ନଡ଼ିଆ ଓ କୋରାଖଇ ଅର୍ପଣ କରାଯାଇଥାଏ । [୪]
ଏଠାରେ ଲିଙ୍ଗରାଜ ଟେମ୍ପୁଲ ରୋଡ୍ ନାମରେ ଗୋଟିଏ ପାସେଞ୍ଜର୍ ହଲ୍ଟ୍ ଷ୍ଟେସନ ଅଛି ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.