ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ବୀର ସିପ୍କା (୧ ଫେବୃଆରୀ ୧୯୫୬ - ୩ ମାର୍ଚ୍ଚ ୨୦୨୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ବୀର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଗୋଲାମୁଣ୍ଡାରେ ଏକ ଆଇନ ମହାବିଦ୍ୟାଳୟ ସ୍ଥାପନ କରିଥିଲେ ।[୧]
ବୀର ସିପ୍କା | |
---|---|
ବିଧାୟକ: ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୯ | |
ପୂର୍ବ ଅଧିକାରୀ | ଭାରତ ଭୂଷଣ ବେମାଲ |
ପର ଅଧିକାରୀ | ପୁଷ୍ପେନ୍ଦ୍ର ସିଂହ ଦେଓ |
ନିର୍ବାଚନ ମଣ୍ଡଳୀ | ଧର୍ମଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଫେବୃଆରୀ ୧, ୧୯୫୬ |
ମୃତ୍ୟୁ | ୩ ମାର୍ଚ୍ଚ ୨୦୨୦ ୬୪) | (ବୟସ
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ଯଶୋବନ୍ତି ସିପ୍କା |
ବାପା/ବୋଉ | ବାସୁ ସିପ୍କା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବୀର ସିପ୍କା ୧୯୫୬ ମସିହାର ଫେବୃଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାସୁ ସିପ୍କା ଏବଂ ପତ୍ନୀଙ୍କ ନାମ ଯଶୋବନ୍ତି ସିପ୍କା । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୨]
ବୀର ସିପ୍କା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପୂର୍ବରୁ ସେ ଜନତା ଦଳରେ ମଧ୍ୟ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୨]
ବୀର ସିପ୍କା ୨୦୨୦ ମସିହାର ମାର୍ଚ୍ଚ ମାସ ୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୩] ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.