ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ସୁକାନ୍ତ କୁମାର ନାୟକ (ଜନ୍ମ: ୨୪ ଅପ୍ରେଲ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାର ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୨୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ, ସେ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସୁକାନ୍ତ କୁମାର ନାୟକ | |
---|---|
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୨୪ | |
ପୂର୍ବ ଅଧିକାରୀ | ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ |
ପର ଅଧିକାରୀ | ସନ୍ତୋଷ ଖଟୁଆ |
ନିର୍ବାଚନ ମଣ୍ଡଳୀ | ନୀଳଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୪ ଅପ୍ରେଲ ୧୯୬୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ସଞ୍ଜୁକ୍ତା ରାଉତ |
ବାପା/ବୋଉ | ଶ୍ରୀନିବାସ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୁକାନ୍ତ କୁମାର ନାୟକ ୧୯୬୬ ମସିହାର ଅପ୍ରେଲ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶ୍ରୀନିବାସ ନାୟକ ଓ ପତ୍ନୀଙ୍କ ନାମ ସଞ୍ଜୁକ୍ତା ରାଉତ ।[1]
ସୁକାନ୍ତ କୁମାର ନାୟକ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି ।[2] ପୂର୍ବରୁ ସେ ପ୍ରଥମେ ବିଜୁ ଜନତା ଦଳରେ ଓ ପରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ।[3]
୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସରକାରୀ ଚାକିରୀରୁ ଇସ୍ତଫା ଦେଇ[4] ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ବିଧାନ ସଭା ନିର୍ବାଚନରେ ସେ ସମୁଦାୟ ୫୦,୫୧୪ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ସୁଷମା ବିଶ୍ୱାଳଙ୍କୁ ୧୩,୭୦୦ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[5]
ସୁକାନ୍ତ ୨୦୧୯ ମସିହାରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ[6] ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ।[7] ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାଜପା ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[8]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ[9] ଏବଂ ବିଜେଡିର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୮,୦୮୯ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ସନ୍ତୋଷ ଖଟୁଆଙ୍କ ଠାରୁ ୧୯,୮୩୯ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[10]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.