ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ଅଭିମନ୍ୟୁ ସେଠୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୮ଶ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି ।[1][2][3]
ଅଭିମନ୍ୟୁ ସେଠୀ | |
---|---|
ସାଂସଦ: ୧୮ଶ ଲୋକ ସଭା | |
କାର୍ଯ୍ୟକାଳ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ମଞ୍ଜୁଲତା ମଣ୍ଡଳ |
ନିର୍ବାଚନ ମଣ୍ଡଳୀ | ଭଦ୍ରକ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ବାପା/ବୋଉ | ଅର୍ଜୁନ ଚରଣ ସେଠୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଭିମନ୍ୟୁ ସେଠୀ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ଅର୍ଜୁନ ଚରଣ ସେଠୀ ଜଣେ ରାଜନେତା ଥିଲେ, ଯିଏକି ବିଧାୟକ, ସାଂସଦ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ତାଙ୍କ ମାଆଙ୍କ ନାମ ସୁଭଦ୍ରା ସେଠୀ ।
ଅଭିମନ୍ୟୁ ସେଠୀ ୨୦୧୯ ମସିହାରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ ଏବଂ ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ପାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ, ମାତ୍ର ପରାଜିତ ହୋଇଥିଲେ ।
୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ପୁଣିଥରେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ।[4] ଏହି ନିର୍ବାଚନରେ, ସେ ସମୁଦାୟ ୫,୭୩,୩୧୯ ଖଣ୍ଡ ଭୋଟ ପାଇଥିଲେ ଏବଂ ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳଙ୍କୁ ୯୧,୫୪୪ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[5]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.