ଆକାଶବାଣୀ କଟକ
କଟକ, ଭାରତର ସର୍ବସାଧାରଣ ରେଡିଓ ଷ୍ଟେସନ / From Wikipedia, the free encyclopedia
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ[1] କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା[2], ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ[3], ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।