![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/e/ee/%2528at%2529.svg/langor-640px-%2528at%2529.svg.png&w=640&q=50)
ଇମେଲ
From Wikipedia, the free encyclopedia
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ ।[2] ଏହାଦ୍ୱାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀକୁ ବାର୍ତ୍ତା, ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷଣାତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
![Thumb image](http://upload.wikimedia.org/wikipedia/commons/thumb/e/ee/%28at%29.svg/150px-%28at%29.svg.png)