କବାଡି
ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ / From Wikipedia, the free encyclopedia
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । [1][2] ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । [3] ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ ।[4] ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ । [5][6]