![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/3/31/Lord_Jagannath_on_Nandighosa_in_2022_Ratha_Jatra.jpg/640px-Lord_Jagannath_on_Nandighosa_in_2022_Ratha_Jatra.jpg&w=640&q=50)
ଜଗନ୍ନାଥ
ହିନ୍ଦୁ ଦେବତା ଓ ଭଗବାନ ସ୍ୱୟଂ ମହାବିଷ୍ଣୁ / From Wikipedia, the free encyclopedia
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା ତଥା ସମଗ୍ର ବିଶ୍ୱରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । [1] ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
![ପୁରୀ,ଓଡ଼ିଶା](http://upload.wikimedia.org/wikipedia/commons/thumb/3/31/Lord_Jagannath_on_Nandighosa_in_2022_Ratha_Jatra.jpg/640px-Lord_Jagannath_on_Nandighosa_in_2022_Ratha_Jatra.jpg)