ଦୁର୍ଗା
ହିନ୍ଦୁ ଦେବୀ / From Wikipedia, the free encyclopedia
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ ।[1][2][3] ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ ।[2][4] ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।[5]