![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/b/b1/Chaudhury_Bazar_Chandi_Medha.jpg/640px-Chaudhury_Bazar_Chandi_Medha.jpg&w=640&q=50)
ଦୁର୍ଗା ପୂଜା
ଦୁର୍ଗା ମା'ଙ୍କ ପୂଜା / From Wikipedia, the free encyclopedia
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ୱିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ୱିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ୱାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । [1]
ଦୁର୍ଗା ପୂଜା | |
---|---|
![]() ଚୌଧୁରୀ ବଜାର ଚାନ୍ଦି ମେଢ଼ | |
ନାମ | ଦୁର୍ଗା ପୂଜା |
ଅନ୍ୟ ନାମ | ନବରାତ୍ରୀ, ବିଜୟାଦଶମୀ |
ପାଳନକାରୀ | ହିନ୍ଦୁ ଧର୍ମାମ୍ବଲମ୍ବୀ |
ପ୍ରକାର | ହିନ୍ଦୁ, ଭାରତୀୟ |
ଆରମ୍ଭ | ଆଶ୍ୱିନ ଶୁକ୍ଳପକ୍ଷ ଷଷ୍ଠୀ |
ଶେଷ | ଆଶ୍ୱିନ ଶୁକ୍ଳପକ୍ଷ ଦଶମୀ |
ତାରିଖ | Ashvin Shukla Pratipada, Ashvin Shukla Dwitiya, Ashvin Shukla Tritiya, Ashvin Shukla Chaturthi, Ashvin Shukla Panchami, Ashvin Shukla Shashthi, Ashvin Shukla Saptami, Ashvin Shukla Ashtami, Ashvin Shukla Navami, Ashvin Shukla Dashamiଛାଞ୍ଚ:Infobox holiday/wd |
୨୦୨୪ ତାରିଖ | ୧୦ ଅକ୍ଟୋବର (ଗୁରୁବାର) - ୧୩ ଅକ୍ଟୋବର (ରବିବାର) |
ସମ୍ପର୍କିତ | ଦଶହରା |