ଧାମନଗର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଧାମନଗର (କ୍ରମିକ ସଂଖ୍ୟା: ୪୬) ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଧାମନଗର ବ୍ଳକ ଓ ତିହିଡ଼ି ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୨,୯୪୧ |
ଜିଲ୍ଲା: | ଭଦ୍ରକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଭଦ୍ରକ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମୁକ୍ତିକାନ୍ତ ମଣ୍ଡଳ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବିଷ୍ଣୁଚରଣ ସେଠୀଙ୍କଠାରୁ ୯୧୯୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବିଷ୍ଣୁ ଚରଣ ସେଠୀଙ୍କଠାରୁ ୪,୯୪୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]