![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/a/a8/Urine_of_patient_with_porphyria.png/640px-Urine_of_patient_with_porphyria.png&w=640&q=50)
ପରଫିରିଆ
From Wikipedia, the free encyclopedia
ପରଫିରିଆ (ଇଂରାଜୀ ଭାଷାରେ Porphyria) ଏକ ରୋଗ ଗୋଷ୍ଠୀର ନାମ ଯେଉଁଥିରେ ଦେହରେ ପରଫିରିନ (porphyrin) ଜମିଯାଇ ଚର୍ମ ଓ ସ୍ନାୟୁ ମଣ୍ଡଳକୁ (nervous system) ପ୍ରଭାବିତ କରେ । ସ୍ନାୟୁ ମଣ୍ଡଳକୁ ଆକ୍ରମଣ କରୁଥିବା ବେମାରୀକୁ ମଧ୍ୟ ଆକ୍ୟୁଟ ପରଫିରିଆ କୁହାଯାଏ । [1] ଆକ୍ୟୁଟ ପରଫିରିଆ ରୋଗର ଲକ୍ଷଣ: ପେଟ ଯନ୍ତ୍ରଣା (abdominal pain), ବାନ୍ତି (vomiting), ଦ୍ୱନ୍ଦ, କୋଷ୍ଠକାଠିନ୍ୟ (constipation), ଜ୍ୱର ଓ ବାତ (seizure) । [2][1] ଏହି ଲକ୍ଷଣ ସମୂହ କିଛି ଦିନ ବା କିଛି ସପ୍ତାହ ପର୍ଯ୍ୟନ୍ତ ରହି ଚାଲିଯାଏ । ଆଲକହଲ (alcohol), ଧୁମ୍ରପାନ (smoking), ମାନସିକ ଚାପ ଓ କେତେକ ଔଷଧ ଏହି ରୋଗ ଟ୍ରିଗର କରିବାରେ କାମ କରନ୍ତି । ଚର୍ମ ପ୍ରଭାବିତ ହେଲେ ଫୋଟକା (blister) ଓ ଗଲୁ ହୁଏ । [2]
ପରଫିରିଆ | |
---|---|
![]() ପରିସ୍ରାର ପ୍ରଥମ ଦିନର ଚିତ୍ର (ବାମ) ଓ ୩ଦିନ ପରର ଚିତ୍ର (ଡାହାଣ) ଯେଉଁଥିରେ ରଙ୍ଗ ବଦଳି ଉଲ୍ଲେଖନୀୟ ପରପ୍ଲ ରଙ୍ଗ ହୋଇଛି । | |
ଶ୍ରେଣୀବିଭାଗ ଓ ବାହାର ସ୍ରୋତ | |
ଉଚ୍ଚାରଣ | /pɔːrˈfɪriə/, /pɔːrˈfɪəriə/ or /pɔːrˈfaɪriə/ |
ସ୍ପେଶାଲିଟି | Rheumatology, dermatology |
ଆଇସିଡ଼ି-୧୦ | E80.0-E80.2 |
ଆଇସିଡ଼ି-୯-ସିଏମ୍ | 277.1 |
ମେଡ଼ିସିନ-ପ୍ଲସ | 001208 |
Patient UK | ପରଫିରିଆ |
MeSH | C17.800.849.617 |
Orphanet | 738 |
'ହେମ'ର (heme) ଜୈବସଂଶ୍ଲେଷଣ କରୁଥିବା ଜିନର (gene) ମ୍ୟୁଟେସନ (mutation) ଯୋଗୁ ସାଧାରଣତଃ ଏହି ରୋଗ ହୁଏ ଓ ଅନୁବଂଶିକ (inherited from a person's parents) ଭାବରେ ଗତି କରେ । [2] କେତେକ ଜିନ ଅଟୋସୋମାଲ ଡୋମିନାଣ୍ଟ (autosomal dominant) ଓ କେତେକ ଅଟୋସୋମାଲ ରିସିସିଭ (autosomal recessive) ଥାଆନ୍ତି । ହେମୋକ୍ରୋମାଟୋସିସ (increased iron in the liver), ହେପାଟାଇଟିସ ସି, ଆଲକହଲ ବା ଏଚଆଇଭି/ଏଡସ (HIV/AIDS) ଯୋଗୁ ଯେଉଁ ପରଫିରିଆ ହୁଏ ତାହାକୁ ପରଫିରିଆ କ୍ୟୁଟାନିଆ ଟାର୍ଡ଼ା (porphyria cutanea tarda) କୁହାଯାଏ । ଅନ୍ତର୍ନିହିତ କ୍ରିୟାବିଧି ଯୋଗୁ ହେମ ପରିମାଣ କମିଯାଏ ଓ ହେମ ତିଆରିରେ ଲାଗୁଥିବା ଉପାଦାନ ସବୁ ଜମାହୋଇଯାଏ । ଯକୃତ ବା ଅସ୍ଥିମଜ୍ଜା (bone marrow) ପ୍ରଭାବିତ ହେବା ଅନୁସାରେ ଏହାର ଶ୍ରେଣୀ ବିଭାଗ କରାଯାଏ । [1] ରକ୍ତ, ପରିସ୍ରା ଓ ଝାଡ଼ା ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ନିର୍ଦ୍ଦିଷ୍ଟ ମ୍ୟୁଟେସନ ଜାଣିବା ନିମନ୍ତେ ଜେନେଟିକ ଟେଷ୍ଟ (Genetic testing) କରାଯାଏ । [2]
ରୋଗର ଲକ୍ଷଣ ଓ ପ୍ରକାର ଅନୁସାରେ ଏହାର ଚିକିତ୍ସା କରାଯାଏ । ଚର୍ମରେ ପରଫିରିଆ ହୋଇଥିଲେ ସୂର୍ଯ୍ୟାଲୋକ ଦେହରେ ନ ପଡ଼ିବା ଆବଶ୍ୟକ । ଆକ୍ୟୁଟ ପରଫିରିଆ ହୋଇଥିଲେ ଶିରାଭ୍ୟନ୍ତର ହେମ ଓ ଗ୍ଲୁକୋଜ ଦ୍ରବଣ ଦିଆଯାଏ । ଯକୃତ ପ୍ରତିରୋପଣ (liver transplant) କ୍ୱଚିତ କରାଯାଏ ।[2]
କେତେ ପରଫିରିଆ ରୋଗ ବାରବାର ହୁଏ, ତାହା ସ୍ପଷ୍ଟ ହୋଇନାହିଁ । ହିସାବରୁ ଜଣାଯାଏ, ପ୍ରତି ୫୦,୦୦୦ ଲୋକରେ ୧ରୁ ୧୦୦ ଜଣ ଆକ୍ରାନ୍ତ ହୁଅନ୍ତି ।[1] ଏହି ରୋଗ ହାର ଜାଗା ଅନୁସାରେ ବଦଳେ । [2] ପରଫିରିଆ କ୍ୟୁଟାନିଆ ଟାର୍ଡ଼ା ସବୁଠାରୁ ସାଧାରଣ ପରଫିରିଆ ରୋଗ ।[1] ଏହି ରୋଗର ବର୍ଣ୍ଣନା ଖ୍ରୀ:ପୂ: ୩୭୦ରେ ହିପୋକ୍ରେଟ (Hippocrates) ପ୍ରଥମେ ଲେଖିଥିଲେ । ଫେଲିକ୍ସ ହୋପ-ସେଲର (Felix Hoppe-Seyler) ସନ ୧୮୭୧ରେ ପ୍ରଥମେ ଏହାର ଅନ୍ତର୍ନିହିତ କାର୍ଯ୍ୟବିଧି ଲେଖିଥିଲେ । ପରଫିରିଆ ଶବ୍ଦଟି Greek ଶବ୍ଦ πορφύρα, porphyraରୁ ନିଆଯାଇଛି ଯାହାର ଅର୍ଥ ପରପ୍ଲ (purple) ରଙ୍ଗ ।[3]